Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସୀମାନ୍ତ ଅଞ୍ଚଳରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ଝାରସୁଗୁଡା ୨୬/୯ (ଆପ୍ର)ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ସୀମାନ୍ତ ୧୯ ଖଣ୍ଡ ମୌଜା ଚାରପାଲି ଗ୍ରାମ ପଞ୍ଚାୟତ ସ୍ଥିତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ସୋମବାର ଦିନ ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେଙ୍କ ଅଧ୍ୟକ୍ଷତାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୋଟ ୩୦୯ ଟି ଅଭିଯୋଗ ମଧ୍ୟରୁ ୨୫୭ ଟି ବ୍ୟକ୍ତିଗତ ଅଭିଯୋଗ ଥିବା ବେଳେ ୫୨ ଟି ସାମୁହିକ ଅଭିଯୋଗ ରହିଥିଲା । ସେଥି ମଧ୍ୟରୁ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ନୂତନ ରାସନ କାର୍ଡ ପ୍ରଦାନ,ଆବାସ ଗୃହ,ବିଦ୍ୟୁତ ସମସ୍ୟା, ପାନୀୟ ଜଳଯୋଗାଣ ବ୍ୟବସ୍ଥା ଆଦି ବିଭିନ୍ନ ପ୍ରକାର ଆପତ୍ତି ଅଭିଯୋଗ ଗୁଡିକୁ ତୁରନ୍ତ ସମାଧାନ କରିବା ନିମନ୍ତେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହା ବ୍ୟତୀତ ଚିକିତ୍ସା ସହାୟତା ପାଇଁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୪ ଜଣଙ୍କୁ ୧୩ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରା ଯାଇଥିବା ବେଳେ ପିଥିଣ୍ଡା ପ୍ରାଥମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀର ଦିବ୍ୟାଙ୍ଗ ଛାତ୍ରୀ ଚୁମକୀ ସୁନୁଆନି ଙ୍କୁ ମଧ୍ୟ ଜିଲ୍ଲାପାଳ ଶ୍ରୀମତୀ ନରୱନେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ଜିଲ୍ଲାପାଳଙ୍କ ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ବ୍ଲକର ବିଭିନ୍ନ ପଞ୍ଚାୟତ ମାନଙ୍କରୁ ବହୁ ସଂଖ୍ୟାରେ ଜନ ସାଧାରଣ ଅଂଶଗ୍ରହଣ କରିଥିଲେ । ଆଜିର ଶିବିରରେ ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ ଙ୍କ ସହିତ ଉପ ଜିଲ୍ଲାପାଳ କିଶୋର ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ପରିଷଦ ମୁଖ୍ୟ ଅଧିକାରୀ ,ଲଖନପୁର ବ୍ଲକ ଅଧ୍ୟକ୍ଷା ହୁତେଶ୍ୱରୀ ତିହିରିଆ, ସ୍ଥାନୀୟ ସରପଞ୍ଚ ଅରୁଣା ସୁନା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଲମ୍ବୋଦର ବୁଡ଼ା, ଲଖନପୁର ବିଡିଓ ଜୟନ୍ତ କୁମାର ସାହୁ, ରେଙ୍ଗାଲି ଥାନା ଅଧିକାରୀ କମଳ ଲୋଚନ ବେହେରାଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ