Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ

ଖଡ଼ିଆଳ : ଖଡ଼ିଆଳ ସ୍ଥିତ ରାଜା ଆର୍ତ୍ତତ୍ରାଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ନୂଆପଡ଼ା ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୋଷ କୁମାର ସାହୁ ଅଧ୍ଯକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର ମିଶ୍ର , ସମ୍ମାନିତ ଅତିଥି ଭାବରେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଗିରିଧାରୀ ସା ଯୋଗ ଦେଇଥିଲେ। ବିଦ୍ୟାଳୟର ଶିକ୍ଷକ ଗୌରାଙ୍ଗ କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଜ୍ଞାନ ଶିକ୍ଷକ ଅଶୋକ କୁମାର ବେହେରା ପୁରସ୍କାର ବିତରଣ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ବରିଷ୍ଠ ଶିକ୍ଷକ ସୁରବିଜୟକାନ୍ତ ତାଣ୍ଡି ଧନ୍ୟବାଦ ଅର୍ପଣ କରିଥିଲେ। ବିଚାରକ ଭାବେ ନାଟ୍ୟ ଅଭିନେତା ସୁକେଶ ପଟ୍ଟନାୟକ ଓ ମୋତିଲାଲ ବାଗ ଦାୟିତ୍ୱ ନିର୍ବାହ କରିଥିଲେ । ଏହି ପ୍ରତିଯୋଗିତାରେ ସରକାରୀ ଉଚ୍ଚ ବିଦ୍ୟାଳୟ ଡୁଆଝରର ପ୍ରତିଯୋଗୀମାନେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ପାଇଁ ଯୋଗ୍ଯ ବିବେଚିତ ହୋଇଛିନ୍ତି। ସେହିପରି ମେଣ୍ଢାଟାଲ ଉଚ୍ଚ ବିଦ୍ୟାଳୟ ଦ୍ୱିତୀୟ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଖଡ଼ିଆଳର ପ୍ରତିଯୋଗୀ ମାନେ ତୃତୀୟ ସ୍ଥାନ ଅଧିକାର କରିଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ ।