Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ଚାଷୀ ସମାବେଶ ଓ ନୂଆଖାଇ ଭେଟଘାଟ

କଳାହାଣ୍ଡି,୨୮/୦୯-କଳାହାଣ୍ଡି ଜିଲ୍ଲା ବିଜେପି କ୍ରୁଷକ ମୋର୍ଚ୍ଚା ପକ୍ଷରୁ ସଦର ବ୍ଲକ ଶଗଡ଼ାଠାରେ ଏକ ଚାଷୀ ସମାବେଶ ଓ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ବିଜେପି କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ମହେଶ୍ଵର ସାହୁ, ସମ୍ମାନିତ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର, ନବରଙ୍ଗପୁର ଜିଲ୍ଲା ପ୍ରଭାରୀ ଶିବରାମ ନାୟକ, ବରିଷ୍ଠ ବିଜେପି ନେତା ଜନାର୍ଦ୍ଦନ ପଣ୍ଡା, ଭବେନ୍ଦ୍ର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ ! କଳାହାଣ୍ଡି ଜିଲ୍ଲା କୃଷକ ମୋର୍ଚ୍ଚାର ସଭାପତି କେଶରୀ ଦୁର୍ଗାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମାବେଶରେ ଦଳର ବହୁ ନେତୃବୃନ୍ଦଙ୍କ ସମେତ ଶତାଧିକ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ