ଗଂଜାମ ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୁହ କ୍ରୀଡ଼ା ପ୍ରତିଯୋଗିତାରେ ବେଲଗୁଣ୍ଠା ଯୋନ ର ତେର ଛାତ୍ରଛାତ୍ରୀ ଙ୍କ କୃତିତ୍ୱ,


ବେଲଗୁଣ୍ଠା, 29/09, ଛତ୍ରପୁର ସ୍ଥିତ ଅନସ୍ଲୋ ଅନୁଷ୍ଠାନ ଷ୍ଟାଡିୟମ୍ ରେ ଅନୁଷ୍ଠିତ ଗଞ୍ଜାମ ଜିଲ୍ଳା ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ବେଲଗୁଣ୍ଠା ଜୋନ୍ ର ଛାତ୍ରଛାତ୍ରୀମାନେ ଅଭୂତପୂର୍ବ ସଫଳତା ହାସଲ କରିଛନ୍ତି I ବେଲଗୁଣ୍ଠା ଏବଂ ଜଗନ୍ନାଥପ୍ରସାଦ ବ୍ଲକ୍ କୁ ନେଇ ଗଠିତ ବେଲଗୁଣ୍ଠା ଜୋନ୍ ରୁ ତେର ଜଣ ଛାତ୍ରଛାତ୍ରୀ ବିଭିନ୍ନ କ୍ରୀଡ଼ା ବିଭାଗରେ ଜିଲ୍ଲାସ୍ତରୀୟ ପଦକ ହାସଲ କରିଛନ୍ତି I ବେଲଗୁଣ୍ଠା କ୍ରୀଡ଼ା ସମ୍ପାଦକ ଆଶୁତୋଷ ସ୍ୱାଇଁଙ୍କ ସୂଚନା ପ୍ରକାରେ ବରିଷ୍ଠ ବିଭାଗରେ ବେଲଗୁଣ୍ଠା ଜୋନ୍ ରୁ ସଚିନ୍ ପ୍ରଧାନ ଉଚ୍ଚ ଡ଼ିଆଁ ଏବଂ ଜାଭଲିନ୍ ଥ୍ରୋରେ ପ୍ରଥମ ସ୍ଥାନ ଏବଂ ଲମ୍ବ ଡ଼ିଆଁରେ ତୃତୀୟ ସ୍ଥାନ,କାହ୍ନୁ ନାୟକ ଡିସ୍କସ୍ ଥ୍ରୋରେ ଦ୍ୱିତୀୟ ସ୍ଥାନ,ଶ୍ରୀକାନ୍ତ ସ୍ୱାଇଁ 800 ମିଟର ଦୌଡ଼ରେ ଦ୍ୱିତୀୟ ସ୍ଥାନ,ଶୁଭଶ୍ରୀ ପ୍ରଧାନ
3000 ମିଟର ଦୌଡ଼ରେ ପ୍ରଥମ ସ୍ଥାନ,ଲକ୍ଷ୍ମୀପ୍ରିୟା ପାତ୍ର ଜାଭଲିନ୍ ଥ୍ରୋରେ ଦ୍ୱିତୀୟ ସ୍ଥାନ ଏବଂ ସ୍ମାଇଲ୍ ମହାରଣା ଯୋଗରେ ଦ୍ୱିତୀୟ ସ୍ଥାନ ହାସଲ କରି ପୁରସ୍କୃତ ହୋଇଛନ୍ତି I ସେହିପରି କନିଷ୍ଠ ବିଭାଗରେ ମିତଲ୍ ରଣା
200 ମିଟର ଦୌଡ଼ରେ ପ୍ରଥମ ସ୍ଥାନ,ପ୍ରଭାକର ପ୍ରଧାନ ଲମ୍ବ ଡ଼ିଆଁରେ ଦ୍ୱିତୀୟ ସ୍ଥାନ,ମଇନା ନାଇକ ଉଚ୍ଚ ଡିଆଁରେ ତୃତୀୟ ସ୍ଥାନ,ଯାଜ୍ଞସେନୀ ଗୌଡ଼ 600 ମିଟର ଦୌଡ଼ରେ ତୃତୀୟ ସ୍ଥାନ,ଭୋଳାନାଥ ନାଇକ 400 ମିଟର ଦୌଡ଼ରେ ତୃତୀୟ ସ୍ଥାନ,ସୁଜଲ୍ ନାୟକ ଉଚ୍ଚ ଡ଼ିଆଁରେ ଦ୍ୱିତୀୟ ସ୍ଥାନ ଏମ୍ ରାଜ୍ କୁମାର ରାଓ ଫୁଟବଲ ଏବଂ ସୁଜଲ୍ ନାୟକ କବାଡ଼ିରେ ଜିଲ୍ଲାସ୍ତରରେ ଉନ୍ନତ ପ୍ରଦର୍ଶନ କରି ପୁରସ୍କୃତ ହୋଇଛନ୍ତି I ପୂର୍ବ ବର୍ଷ ଗୁଡ଼ିକ ଅପେକ୍ଷା ଚଳିତ ବର୍ଷ ବେଲଗୁଣ୍ଠା ଜୋନ୍ ରୁ ଅଧିକ ଛାତ୍ରଛାତ୍ରୀ ଜିଲ୍ଲାସ୍ତରରେ ପୁରସ୍କୃତ ହୋଇଥିବାରୁ ଉଭୟ ବେଲଗୁଣ୍ଠା ଏବଂ ଜଗନ୍ନାଥପ୍ରସାଦ ବ୍ଳକ୍ ର କ୍ରୀଡ଼ାପ୍ରେମୀ ମାନେ ଖୁସି ପ୍ରକଟ କରିଛନ୍ତି I ଜିଲ୍ଲାସ୍ତରରେ କୃତିତ୍ୱ ହାସଲ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ବେଲଗୁଣ୍ଠା କ୍ରୀଡ଼ା ସମ୍ପାଦକ ଆଶୁତୋଷ ସ୍ୱାଇଁଙ୍କ ସମେତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା, ପ୍ରଧାନ ଶିକ୍ଷୟିତ୍ରୀ ଲୋପାମୁଦ୍ରା ରଥ,ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ, ସୂର୍ଯ୍ୟନାରାୟଣ ସେଠୀ,ପ୍ରେସକ୍ଲବ ସଭାପତି ପ୍ରଦ୍ୟୁମ୍ନ ପାତ୍ର, ଜଗନ୍ନାଥପ୍ରସାଦ କ୍ରୀଡ଼ା ସମ୍ପାଦକ ବିଭୂତି ଭୂଷଣ ପ୍ରଧାନ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅନୂପ ପଣ୍ଡା, ଗୋଷ୍ଠୀ ଶିକ୍ଷା ଅଧିକାରୀ କଲ୍ୟାଣୀ ପାଢୀ, ଏବିଇଓ ମନୋଜ କୁମାର ମିଶ୍ର, ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ପ୍ରଧାନ ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇବା ସହିତ ଚୟନ ଦାୟିତ୍ୱରେ ଥିବା କ୍ରୀଡ଼ା ଶିକ୍ଷକ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି I ଆଗାମୀ ଦିନରେ ଏକ ଜୋନ୍ ସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବରେ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯିବା ସହିତ କ୍ରୀଡ଼ାର ଅଧିକ ପ୍ରଗତି ପାଇଁ ଏକ ସମୀକ୍ଷା ବୈଠକ କରାଯିବ ବୋଲି ବେଲଗୁଣ୍ଠା କ୍ରୀଡ଼ା ସମ୍ପାଦକ ଆଶୁତୋଷ ସ୍ୱାଇଁ ପ୍ରକାଶ କରିଛନ୍ତି I

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଓଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ହୋଇଯାଇଅଛି । ରାଜ୍ୟ ସରକାରଙ୍କ ବିକାଶ ମୂଳକ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡ଼ିକର ସୂଚନା-ଶିକ୍ଷା-ସଞ୍ଚାର କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନତା ସୃଷ୍ଟି ପାଇଁ ବିକାଶ ମେଳା ଆଜି ଠାରୁ ୨୩-ସେପ୍ଟେମ୍ବର, ୨୦୨୪ ପର୍ଯ୍ୟନ୍ତ ତିନି ଦିନ ବ୍ୟାପୀ ଏହି କାର୍ଯ୍ୟକ୍ରମ ଚାଲୁରହିବ । ଆଜିର ଏହି ମେଳାରେ ମୁଖ୍ୟଅତିଥି ଭାବେ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା, ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି, ଓଡ଼ିଶାଯୋଗଦେଇ ବିକଶିତ ଓଡିଶା ପ୍ରଗତିର ନୂତନ ସୂର୍ଯ୍ୟୋଦୟ କାର୍ଯ୍ୟକ୍ରମକୁ ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ମେଳାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଶ୍ରୀକେ.ନାରାୟଣ ରାଓ, ପୂର୍ବତନ ବିଧାୟକ ପାରଳାଖେମୁଣ୍ଡି, ଶ୍ରୀମତୀ ମାଳତୀ ପ୍ରଧାନ, ଅଧ୍ୟକ୍ଷା ପଞ୍ଚାୟତ ସମିତି ନୂଆଗଡ଼ ଓ ଡ.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଗଜପତି ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଉଦଘାଟନୀ ଉତ୍ସବରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଜେନା ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମ ଶୁଭାରମ୍ଭ କରି ନିଜ ବକ୍ତବ୍ୟରେ କହିଥିଲେ ଯେ ରାଜ୍ୟରେ ୧୦୦ଦିନ ପୂରଣ କରିଥିବା ସରକାରଙ୍କ ସଫଳ କାହାଣି ବର୍ଣ୍ଣନା କରିବା ସହ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ମିଳିତ ଭାବେ ଓଡିଶାର ସାମଗ୍ରୀକ ବିକାଶ ଓ ସମୃଦ୍ଧି ଦିଗରେ ଅଗ୍ରସର ହେଉଛି । ଏହି ଅବସରରେ ଅଳ୍ପଦିନ ମଧ୍ୟରେ ମୋହନ ସରକାର ମହିଳାମାନଙ୍କ ନିମନ୍ତେ ସୁଭଦ୍ରା ଯୋଜନା ଠାରୁ ଆରମ୍ଭ କରି କୃଷକ ଓ ମହିଳା ସଶକ୍ତିକରଣ ଓ ସମସ୍ତ ବର୍ଗର ଜନସାଧାରଣଙ୍କ ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ଦର୍ଶାଇବା ସହ ଏହି ସରକାର ସାଧାରଣ ଲୋକଙ୍କ ସରକାର ବୋଲି ପ୍ରକାଶ କରିଥିଲେ । ସେହିପରି ଜନସାଧାରଣଙ୍କ ଦକ୍ଷତାର ସଦ୍ ଉପଯୋଗ କରିବା ସହ ପ୍ରତ୍ୟେକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ପ୍ରକାଶ କରିଥିଲେ । ଜିଲ୍ଲାପାଳଙ୍କ ସ୍ୱାଗତ ଅଭିଭାଷଣରେ ସମସ୍ତ ଜନସାଧାରଣଙ୍କୁ କହିଥିଲେ କଠିନ ପରିଶ୍ରମକଲେ ଜିଲ୍ଲା, ରାଜ୍ୟ ଓ ଦେଶ ବିକଶିତ ହୋଇପାରିବ ।ଏହି ଅବସରରେ ସୁଭଦ୍ରା ଯୋଜନାର ପାଞ୍ଚ ଜଣ ହିତାଧିକାରୀଙ୍କୁ ୫,୦୦୦/- ଲେଖାଏଁ ଚେକ୍ ପ୍ରଦାନ କରାଯାଇଥିବା ବେଲେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ତରଫରୁ ୬ ଜଣଙ୍କୁ ୫୦,୦୦୦/- ଲେଖାଏଁ, ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଦୁଇଗୋଟି ଦମ୍ପତୀଙ୍କୁ ଭିନ୍ନକ୍ଷମଙ୍କ ନିମନ୍ତେ ବିବାହ ପ୍ରୋତ୍ସାହନ ରାଶି ପ୍ରତେକ୍ୟଙ୍କୁ ୨ ଲକ୍ଷ ୫୦ ହଜାର ଲେଖାଏଁ ମାନ୍ୟବର ମନ୍ତ୍ରୀ ପ୍ରଦାନ କରିଥିଲେ ।ଏହି ମେଳାରେ ମୋଟ ୩୦ଟି ଷ୍ଟୋଲ ସ୍ଥାନ ପାଇଥିବା ବେଳେ ଏଗୁଡିକରେ ହସ୍ତଶିଳ୍ପ କାରିଗର, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଓ ମହିଳା ସଂୟ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ଉତ୍ପାଦିତ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନୀ ସହ ବିକ୍ରୟ ଶୁଭାରମ୍ଭ ହୋଇଛି । ସେହିପରି ଓରମାସ୍, ପଞ୍ଚାୟତରାଜ ବିଭାଗ, ମିଶନ ଶକ୍ତି, ଶିକ୍ଷା ବିଭାଗ, ପର୍ଯ୍ୟଟନ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, କୃଷି ବିଭାଗ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଉଦ୍ୟାନ ବିଭାଗ, ଶ୍ରମ ବିଭାଗ, ଜିଲ୍ଲା ଶିଳ୍ପକେନ୍ଦ୍ର, ମତ୍ସ୍ୟ ଓ ପଶୁପାଳନ ବିଭାଗ ପକ୍ଷରୁ ପ୍ରଦର୍ଶନୀ ତଥା ସଚେତନତା ଷ୍ଟୋଲ ଖୋଲାଯାଇଛି।ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଡ. ଗୁଣନିଧି ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହାପରେ ଜିଲ୍ଲାର ସ୍ଥାନୀୟ କଳାକାରମାନଙ୍କୁ ନେଇ ରଙ୍ଗାରଙ୍ଗ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲା ପରିଷଦ, ଶ୍ରୀ ଅନୁପ ପଣ୍ଡା ଉପ ଜିଲ୍ଲାପାଳ- ପାରଳାଖେମୁଣ୍ଡି, ଶ୍ରୀ ଦିଲ୍ଲୀପ କୁମାର ବେହେରା ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି, ଶ୍ରୀମତୀ ମୋନରମା ଦେବି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସଂପୃକ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।