Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ପ୍ରଶିକ୍ଷଣ ଶିବିର ଆୟୋଜନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଇଛି।ଦୁଇଟି ୟୁନିଟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ପ୍ରାଧ୍ୟାପକ ଲଲାଟେନ୍ଦୁ ଦଳପତି, ଯୁବ ରେଡକ୍ରସ୍ ଜିଲ୍ଲା ସଂଯୋଜକ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, କାର୍ଯ୍ୟକ୍ରମ ଅଧିକାରୀ ଦୁଷ୍ମନ୍ତ କୁମାର ଶବର, ଅଧ୍ୟାପିକା ଅରୁନ୍ଧତୀ ପ୍ରଧାନ,ତନୁଶ୍ରୀ ପାତ୍ର ପ୍ରମୁଖ ଯୋଗଦେଇ ସମ୍ଵଳ ବ୍ୟକ୍ତିତ୍ଵ ଭାବେ ତଥ୍ୟ ପୂର୍ଣ୍ଣ ବକ୍ତବ୍ୟ ପ୍ରଦାନ କରିଥିଲେ।