Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୨୬ରେ ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୨୬ରେ ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମୟରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ଆଉ କିଛି ପ୍ରକଳ୍ପର ଶିଳାନ୍ୟାସ କରିବେ। ନିଜ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହିଞ୍ଜିଳିକାଟୁ ଓ ଶେରଗଡ ସମେତ କବିସୂର୍ଯ୍ୟନଗର ଓ ଛତ୍ରପୁର ମଧ୍ୟ ଗସ୍ତ କରିବେ।

ଏଥିରେ ପାନୀୟ ଜଳଯୋଗାଣ ପ୍ରକଳ୍ପ ଓ ଭିତ୍ତିଭୂମି ବିକାଶ ଜନିତ ପ୍ରକଳ୍ପର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ। ତେବେ ଯଦିଓ ପ୍ରଶାସନ ପକ୍ଷରୁ ଏ ନେଇ ସ୍ପଷ୍ଟ ସୂଚନା ଦିଆଯାଇନାହିଁ ତଥାପି କାର୍ଯ୍ୟକ୍ରମର କାର୍ଯ୍ୟସୂଚୀ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ଜଣାପଡ଼ିଛି। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହେବା ସହ ଗଞ୍ଜାମ ଜିଲ୍ଲାପାଳ ନିଜେ ବୁଲି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଗତବର୍ଷ ମେ ୧୮ରେ ମା’ତାରାତାରିଣୀ ପୀଠ ନବକଳେବର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ