Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ଓ ଓଡ଼ିଶା ମିଲେଟ୍ସ ପ୍ରତିଯୋଗୀତା

ଖଡ଼ିଆଳ : ସ୍ଥାନୀୟ ମାଣିକ୍ଯଦେବୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ମାଣିକ୍ଯଦେବୀ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ଓଡ଼ିଶା ମିଲଟ୍ସ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ସମାରୋହରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଜୟନ୍ତୀ ମଣି ବେହେରା ଅଧ୍ଯକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ତଥା ବିଚାରକ ଭାବରେ ଅବସରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତ୍ରିନାଥ ପୁଞ୍ଜି, ମୁଖ୍ୟ ବକ୍ତା ତଥା ବିଚାରକ ଭାବରେ ରାଜା ଆର୍ତ୍ତତ୍ରାଣ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଗୌରାଙ୍ଗ କୁମାର ସାହୁ, ସମ୍ମାନିତ ଅତିଥି ଭାବରେ ଖଡ଼ିଆଳ ବିଜ୍ଞାପିତ ଅଞ୍ଚଳ ପରିଷଦ ଉପାଧ୍ୟକ୍ଷା ଶକୁନ୍ତଳା ରାଉତ, କାଉନସିଲର ରେବତୀ ଶବର, ଅବସରପ୍ରାପ୍ତ ଶିକ୍ଷକ ରାମଚନ୍ଦ୍ର ଦାଶ, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ଯକ୍ଷା ପଙ୍କଜିନୀ କୁମ୍ଭାର ଯୋଗ ଦେଇଥିଲେ । ବିଚାରିକା ତଥା ସମ୍ମାନିତ ଅତିଥି ଭାବରେ ଇମ୍ପେରିଏଲ୍ ପ୍ରେସିଡେନ୍ସି ସ୍କୁଲର ଅଧ୍ଯକ୍ଷା ତନିମା ସୂପକାର ଓ ଖଡିଆଳ ପବ୍ଲିକ ସ୍କୁଲର ଶିକ୍ଷୟିତ୍ରୀ ସୁଜାତା ପାଣିଗ୍ରାହୀ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ସି.ଆର୍. ସି.ସି. ପ୍ରଶାନ୍ତ କୁମାର ସାହୁ ପରିଚାଳନା କରିଥିଲେ। ଶିକ୍ଷିକା ପ୍ରତିମା ରାଣୀ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ପ୍ରକାଶ ଥାଉକି ,ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ବ୍କକସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ