Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭବାନୀପାଟଣାଠାରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର

କଳାହାଣ୍ଡି,୦୩/୧୦-କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣାସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଭବାନୀପାଟଣା ଏସଡିପିଓ ସୁନାରାମ ହେମ୍ବ୍ରମ, ଜିଲ୍ଲାପରିଷଦ ସିଡିଓ ସଚିନ ପାୱାରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଶିବିରରେ ମୋଟ ୭୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଥୁଆମୂଳ ରାମପୁର ବ୍ଲକର କାଠକୁରା ଗ୍ରାମର ଦ୍ରୌପଦୀ ନାଏକଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଘର ସହାୟତା ବାବଦକୁ ୫୦୦୦ ଟଙ୍କା ମଞ୍ଜୁର କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ