Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭବାନୀପାଟଣା ଠାରେ ଆସନ୍ତା ଦୁର୍ଗାପୂଜା ଓ ମା ମାଣିକେଶ୍ବରୀ ଙ୍କ ପ୍ରସିଦ୍ଧ ଛତ୍ରଯାତ୍ରା ର ପ୍ରସ୍ତୁତି ବୈଠକ

ଭବାନୀପାଟଣା, ୦୫/୧୦ (ଜଗନ୍ନାଥ ନାଏକ) : ଆଜି ସ୍ଥାନୀୟ ଜିଲ୍ଲାପାଳ ଙ୍କ ସମ୍ମିଳନୀ ଗୃହ ରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୨.୧୦.୨୦୨୩ରିଖରେ ଅନୁଷ୍ଠିତ ହେବାକୁ ଥିବା ମାଆ ମାଣିକେଶ୍ଵରୀ ପବିତ୍ର ଛତ୍ରଯାତ୍ରା ସମ୍ଭଧୀୟ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।କଳାହାଣ୍ଡି ରାଜା ବାଟି ତରଫରୁ ଶ୍ରୀ ଅନନ୍ତ ପ୍ରତାପ ଦେଓ ଉପସ୍ଥିତ ଥିଲେ।ମାଣିକେଶ୍ଵରୀ ମନ୍ଦିର ପକ୍ଷରୁ ଜାରି ସୂଚନା ଅନୁସାରେ ଆସନ୍ତା ଅକ୍ଟୋବର ୨୨ତାରିଖ ମା ମାଣିକେଶ୍ଵରୀ ଙ୍କ ପବିତ୍ର ଛତ୍ରଯାତ୍ରା ଜେନାଖାଲ ପୂଜାର୍ଚ୍ଚନା ସାରି ମନ୍ଦିର ଅଭିମୁଖେ ଭକ୍ତମାନଙ୍କ ଗ୍ରହଣରେ ଯାତ୍ରା କରିବେ ।ଜିଲ୍ଲା ପ୍ରଶାସନ ତରଫ ରୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ ଏଜେଣ୍ଡା ଅନୁଯାୟୀ ପ୍ରସ୍ତାବ ପାଠ କଲେ ଏବଂ ଗୃହ ରେ ସମସ୍ତଙ୍କ ସହମତିରେ ପ୍ରସ୍ତାବ ଗ୍ରହଣ କରାଗଲା ।ମାଙ୍କ ଛତର ଯାତ୍ରା କୁ ଶାନ୍ତି ଶୃଙ୍ଖଲାସହ ସମାପନ କରିବା ପାଇଁ ଜିଲ୍ଲାପାଳ ସମସ୍ତଙ୍କ ସହଯୋଗ ଲୋଡିଥିଲେ
ମାଆ ଙ୍କ ଛତର ଯାତ୍ରା ରେ ରାଜାବାଟି ଦ୍ଵାରା ପୁରସ୍କୃତ ଘୁମୁରା ଦଳ ବ୍ୟତୀତ ପୋଲିସ ବିଭାଗ ଦ୍ଵାରା ଚିହ୍ନଟ ଅନ୍ୟ ସାଂସ୍କୃତିକ ଦଳ ଅଂଶ ଗ୍ରହଣ କରିବେ। ଛତ୍ର ଯାତ୍ରା ପାଇଁ ରାସ୍ତା ମରାମତି,ନାଳ ନର୍ଦ୍ଦମା ସଫା, ପାନୀୟ ଜଳ,ନିରବିଛିନ୍ନ ବିଦ୍ୟୁତ ସରବରାହ,ରାସ୍ତାରେ ବୁଲଗାଇଗୋରୁ ନିୟନ୍ତ୍ରଣ, ମଦ ଓ ନିଶା ଦ୍ରବ୍ୟ ର ବିକ୍ରି ନିଷେଧ,ଶାନ୍ତି ଶୃଙ୍ଖଳା,ଆମ୍ବୁଲାନ୍ସ,ମାଜିଷ୍ଟ୍ରେଟ ମୃତୟନ,ସୂଚନା କେନ୍ଦ୍ର ସ୍ଥାପନ ଓ ଧାରା ବିବରଣୀ, ଚାକ୍ଷୁଷ ଧାରା ବିବରଣୀ କାର୍ଯ୍ୟଅନୁଷ୍ଠାନ ନିମନ୍ତେ ରାସ୍ତା ଓ ଗୃହ ନିର୍ମାଣ,ଜାତୀୟ ରାଜପଥ,ପୌର ପରିଷଦ,ବିଦ୍ୟୁତ ବିଭାଗ, ପୋଲିସ, ସ୍ବାସ୍ଥ୍ୟ ବିଭାଗ,ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ଙ୍କୁ ଦାୟିତ୍ଵ ଦିଆଗଲା।
ଦୁର୍ଗାପୂଜା କମିଟିର ପୂଜା ସ୍ଥାପନ ଓ ମେଢ଼ ବିସର୍ଜନ ପାଇଁ ଗାଇଡ ଲାଇନ ଅନୁଯାୟୀ ଚିହ୍ନଟ କୃତିମ୍ ପଲିଥିନ ପୁଷ୍କରିଣୀ ବ୍ୟବସ୍ଥା କରିବାକୁ ଉପ ଜିଲ୍ଲାପାଳ, ଭବାନୀପାଟଣା/ ଧର୍ମଗଡ ତଥା ଆଇନ ଶୃଙ୍ଖଳା ଓ ଛତ୍ର ଯାତ୍ରାକୁ ସୁରକ୍ଷିତ, ଜନସମାଗମ କୁ ନିୟନ୍ତ୍ରଣ,ସାଂସ୍କୃତିକ ଦଳ ର ପ୍ରବେଶ ପାଇଁ ପୃଥକ ଭାବେ ଆରକ୍ଷୀ ଅଧିକ୍ଷକ ବୈଠକ ଆୟୋଜନ କରିବେ ।
ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତ୍ରିଲୋଚନ ପାତ୍ର,ଉପ ଜିଲ୍ଲାପାଳ, ଭବାନୀପାଟଣା ଡ ବିଶ୍ବଜିତ ଦାସ,ଉପ ଜିଲ୍ଲାପାଳ ,ଧର୍ମଗଡ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଭବାନୀପାଟଣା ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସଂଯୁକ୍ତା ବେହେରା,ସି ଡି ଏମ ଓ ଡ ନିହାରେନ୍ଦ୍ର ପଣ୍ଡା,ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ବିଚାର ବିଭାଗୀୟ ଅଧିକାରୀ, ସହରର ବିଭିନ୍ନ ଦୂର୍ଗା ପୂଜା କମିଟିର କର୍ମକର୍ତ୍ତା, ସମାଜସେବୀ ଶ୍ରୀ ଉତ୍ସବ ସାହୁ, ଶ୍ରୀ ସୁବ୍ରତ ବହିଦାର, ଓକିଲ, ବରିଷ୍ଠ ଆଇନଜିବୀ ଶ୍ରୀ ଜଗନ୍ନାଥ ମୁଣ୍ଡ, ମନ୍ଦିର କତୃପକ୍ଷ ଶ୍ରୀ ଅଶୋକ ନେଗି, ଶ୍ରୀ ସାମନ୍ତ ଖମାରୀ, ଶ୍ରୀ ଚିତ୍ତ ରଂଜନ ମଣ୍ଡଳ, ଶ୍ରୀ ସତ୍ୟ ନାରାୟଣ ମହାପାତ୍ର, ଶ୍ରୀ ଶଶି ଭୂଷଣ ଚୌଧୁରୀ, ଡି ଆଈ ପି ଆର୍ ଓ ଶ୍ରୀ ମନୋଜ ବେହେରା,, ଇ ଓ ଶ୍ରୀ ଚିନ୍ମୟ ନାୟକ, ମସଜିଦ କମିଟି ସଭ୍ୟ, ଚର୍ଚ୍ଚ କମିଟି ସଭ୍ୟ, ବିଭାଗୀୟ ଅଧିକାରୀ ତଥା ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ