Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଗାମୀ ୨୪ ଘଣ୍ଟା ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା; ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଉ ଏକ ପଶ୍ଚିମା ଝଡ଼ ଆସୁଥିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗି ବିଭାଗ। ଏଥିପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା- କୋରାପୁଟ, ରାୟଗଡ଼ା, ଗଜପତି , ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, କେଉଁଝର ଓ ମୟୂରଭଞ୍ଜ।

ସେହିପରି ୨୪ରେ ନବରଙ୍ଗପୁର, ନୂଆପଡ଼ା ଓ ବରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୫ରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର ଓ ମୟୂରଭଞ୍ଜରେ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ଆକଳନ କରିଛି। 

ସେପଟେ ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୨୫ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ୨୬ ତାରିଖରେ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪ ଦିନ ଯାଏ ରାଜ୍ୟରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗୁରୁବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି ଓ ବାଲେଶ୍ୱର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ