Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ

ଦେବଗଡ଼ ଜିଲ୍ଲା ସମଗ୍ର ଶିକ୍ଷା ଆନୁକୁଲ୍ୟରେ ଆଜି ପୂର୍ବାହ୍ନରେ ସରକାରୀ ବାଳିକା ଉଚ୍ଚ ପ୍ରାଥମିକ ପରିସରରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଦିବସରେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ଯୋଗଦେଇ ଦିବସରେ ବରଣ୍ୟ ଅତିଥି ପୈରାଧ୍ୟକ୍ଷା ଶାନ୍ତି ମଞ୍ଜରି ଦେଈ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ସାଧନା ଦାସ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବିନୋଦ ସିଂ, ଶକୁନ୍ତଳା ଟେଟେ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ର ପ୍ରମୁଖ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ସଭା ପ୍ରାରମ୍ଭରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀମାନେ ସ୍ଵାଗତ ସଂଗୀତ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମରେ ଅବସରରେ ତିନୋଟି ବ୍ଲକରୁ ଆସିଥିବା ଛାତ୍ରୀ ମାନଙ୍କ ମଧ୍ୟରେ ତର୍କ, ରଚନା ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗିତାରେ ଦେବଗଡ଼ ମହିଳା ମହାବିଦ୍ୟାଳୟ ର ଓଡ଼ିଆ ଅଧ୍ୟାପକ ଚିତ୍ତରଞ୍ଜନ ଦାସ, ଅବସରପ୍ରାପ୍ତ ଶିକ୍ଷକ ଟିକେଶ୍ୱର ସାହୁ, ସିଆରସିସି ପବାନନ ବ୍ରହ୍ମା, ଫକୀର ମୋହନ ପ୍ରଧାନ, ଚୁଡ଼ାମଣି ସାହୁ, ଭେନସ କୁମାର ପ୍ରଧାନ, ଗୁଣ୍ଡିଆପାଲି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଦମୟନ୍ତୀ ସାହୁ ବିଚାରକ ଭାବେ କାର୍ଯ୍ୟ ସମ୍ପାଦନ କରିଥିଲେ । କୃତି ପ୍ରତିଯୋଗୀଙ୍କୁ ମୁଖ୍ୟ ଓ ବରଣ୍ୟ ଅତିଥି ମାନେ ପୁରସ୍କାର ବଣ୍ଟନ କରିଥିଲେ । ସୁଗୁଡା ସିଆରସିସି ପ୍ରାଣବନ୍ଧୁ ଘୋଡେ଼ଇ ପ୍ରାରମ୍ଭିକ ସୂଚନା ଓ ରାଜା ବାସୁଦେବ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ କାଦମ୍ବିନୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ