Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ଠାରେ ଭାରତ ରତ୍ନ ଡ଼ା ଏପିଜେ ଅବଦୁଲ କଲାମ ଙ୍କ ଜୟନ୍ତୀ ପାଳିତ

ଭବାନୀପାଟଣା, ୧୬/୧୦ (ଜଗନ୍ନାଥ ନାଏକ) : ସ୍ଥାନୀୟ ତାରିଣୀ ମନ୍ଦିର ସ୍ଥିତ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ଠାରେ ଭାରତ ର ପୂର୍ବତନ ରାଷ୍ଟ୍ରପତି ତଥା ଭାରତ ରତ୍ନ ଡ଼ା ଏପିଜେ ଅବଦୁଲ କଲାମ ଙ୍କ ଜୟନ୍ତୀ ପାଳିତ ହୋଇଯାଇଛି | ପ୍ରଥମେ ତାଙ୍କ ପ୍ରତିଛବି ରେ ପୁଷ୍ପମାଲ୍ୟା ଦେଇ ସଭା ଆରମ୍ଭ ହୋଇଥିଲା | ଅବଦୁଲ କଲାମ ଏକାଧିକ ପୁସ୍ତକ ମଧ୍ୟ ରଚନା କରିଛନ୍ତି। ତାଙ୍କଦ୍ୱାରା ଲିଖିତ ‘ଇଗନାଇଟେଡ୍ ମାଇଣ୍ଡସ୍, ‘ୱିଙ୍ଗସ୍ ଅଫ୍ ଫାୟାର’ ଓ ‘ଇଣ୍ଡିଆ ୨୦୨୦- ଏ ଭିଜନ୍ ଫର୍ ଦ ନ୍ୟୁ ମିଲେନିୟମ୍‘ ଦେଶର କୋଟି କୋଟି ଲୋକଙ୍କ ଲାଗି ପ୍ରେରଣାର ଉତ୍ସ ସାଜିଛି ଓ ପ୍ରତେକ ଛାତ୍ରଛାତ୍ରୀ କଲାମଙ୍କ ନୀତି ଓ ଆଦର୍ଶ ରେ ଅନୁପ୍ରାଣିତ ହେବା ପାଇଁ ସ୍କୁଲ ର ଅଧ୍ୟକ୍ଷ ତଥା ପ୍ରତିଷ୍ଠାତା ଡ଼. ଶିବରାମ ନାୟକ ମୁଖ୍ୟ ଅତିଥି ରୂପେ ଉପସ୍ଥିତ ରହି ଛାତ୍ର ଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ| ସ୍କୁଲ ର ସମସ୍ତ ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହିଥିବା ବେଳେ ଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ସାମନ୍ତରାୟ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ |