ବେଲଗୁଣ୍ଠାରେ ବ୍ଲକ ସ୍ତରୀୟ ଶିଶୁ ମହୋଛବ ସୁରଭି ଓ ଓଡିଶା ମିଲେଟସ ପ୍ରତିଯୋଗିତା


ବେଲଗୁଣ୍ଠା, 18/10, ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ବେଲଗୁଣ୍ଠା ସ୍ଥିତ ଘୁମୁସର ବୈଷୟିକ ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟ ପରିସରରେ ଚଳିତ ବର୍ଷର ବ୍ଳକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଏବଂ ଓଡ଼ିଶା ମିଲେଟସ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I କାର୍ଯ୍ୟକ୍ରମରେ ଉଡଘାତକ ରୂପେ ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଯୋଗ ଦେଇଥିବା ବେଳେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ନଗରପାଳ ଫିରୋଜ କୁମାର ସେଠୀ ଯୋଗ ଦେଇଥିଲେ I ସେହିପରି ସମ୍ମାନୀତ ଅତିଥି ରୂପେ ଏବିଇଓ ଗୋବିନ୍ଦ ଚନ୍ଦ୍ର ପାଢୀ, ପ୍ରତିଭା କୁମାରୀ ରଥ, ଭାଗ୍ୟଲତା ପ୍ରଧାନ ଏବଂ ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ମହାରଣା ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ I ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସଭାପତି ମୃତ୍ୟୁଞ୍ଜୟ ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ I ଶିକ୍ଷକ ଛାୟାକାନ୍ତ ମହାପାତ୍ର ଏବଂ ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କ ସଂଯୋଜନାରେ ପରିଚାଳିତ କାର୍ଯ୍ୟକ୍ରମରେ ବ୍ଲକ୍ ର ସମସ୍ତ ଏଗାରଟି କ୍ଳଷ୍ଟର୍ ମନୋନୀତ ହୋଇ ଆସିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା I ପ୍ରାଥମିକ ଶିକ୍ଷକ ସଂଘ ସଭାପତି ବସନ୍ତ କୁମାର ଜେନା,ସମ୍ପାଦକ ବାଳକୃଷ୍ଣ ସାବତ, ସଙ୍ଗଠକ ସନ୍ତୋଷ କୁମାର ପଟ୍ଟନାୟକ,ସିଆରସିସି ସୁଧୀର କୁମାର ଦାସ, ବିଦେଶୀ ବାଡତ୍ୟା,ମନୋଜ ପଟ୍ଟନାୟକ,କାଳୁ ଚରଣ ଗୌଡ଼, ହରେକୃଷ୍ଣ ଶତପଥି, ପ୍ରଶାନ୍ତ ପଟ୍ଟନାୟକ,ନୀଳକଣ୍ଠ ନନ୍ଦ,ଶଙ୍କର ନାରାୟଣ ସେଠୀ, ରମେଶ ପାଣିଗ୍ରାହୀଙ୍କ ସମେତ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I ଅପରାହ୍ଣରେ ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହିତ ଉଦଯାପନୀ ଉତ୍ସବରେ ଅତିଥି ମାନଙ୍କ ଦ୍ୱାରା କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା I

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଓଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ହୋଇଯାଇଅଛି । ରାଜ୍ୟ ସରକାରଙ୍କ ବିକାଶ ମୂଳକ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡ଼ିକର ସୂଚନା-ଶିକ୍ଷା-ସଞ୍ଚାର କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନତା ସୃଷ୍ଟି ପାଇଁ ବିକାଶ ମେଳା ଆଜି ଠାରୁ ୨୩-ସେପ୍ଟେମ୍ବର, ୨୦୨୪ ପର୍ଯ୍ୟନ୍ତ ତିନି ଦିନ ବ୍ୟାପୀ ଏହି କାର୍ଯ୍ୟକ୍ରମ ଚାଲୁରହିବ । ଆଜିର ଏହି ମେଳାରେ ମୁଖ୍ୟଅତିଥି ଭାବେ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା, ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି, ଓଡ଼ିଶାଯୋଗଦେଇ ବିକଶିତ ଓଡିଶା ପ୍ରଗତିର ନୂତନ ସୂର୍ଯ୍ୟୋଦୟ କାର୍ଯ୍ୟକ୍ରମକୁ ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ମେଳାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଶ୍ରୀକେ.ନାରାୟଣ ରାଓ, ପୂର୍ବତନ ବିଧାୟକ ପାରଳାଖେମୁଣ୍ଡି, ଶ୍ରୀମତୀ ମାଳତୀ ପ୍ରଧାନ, ଅଧ୍ୟକ୍ଷା ପଞ୍ଚାୟତ ସମିତି ନୂଆଗଡ଼ ଓ ଡ.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଗଜପତି ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଉଦଘାଟନୀ ଉତ୍ସବରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଜେନା ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମ ଶୁଭାରମ୍ଭ କରି ନିଜ ବକ୍ତବ୍ୟରେ କହିଥିଲେ ଯେ ରାଜ୍ୟରେ ୧୦୦ଦିନ ପୂରଣ କରିଥିବା ସରକାରଙ୍କ ସଫଳ କାହାଣି ବର୍ଣ୍ଣନା କରିବା ସହ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ମିଳିତ ଭାବେ ଓଡିଶାର ସାମଗ୍ରୀକ ବିକାଶ ଓ ସମୃଦ୍ଧି ଦିଗରେ ଅଗ୍ରସର ହେଉଛି । ଏହି ଅବସରରେ ଅଳ୍ପଦିନ ମଧ୍ୟରେ ମୋହନ ସରକାର ମହିଳାମାନଙ୍କ ନିମନ୍ତେ ସୁଭଦ୍ରା ଯୋଜନା ଠାରୁ ଆରମ୍ଭ କରି କୃଷକ ଓ ମହିଳା ସଶକ୍ତିକରଣ ଓ ସମସ୍ତ ବର୍ଗର ଜନସାଧାରଣଙ୍କ ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ଦର୍ଶାଇବା ସହ ଏହି ସରକାର ସାଧାରଣ ଲୋକଙ୍କ ସରକାର ବୋଲି ପ୍ରକାଶ କରିଥିଲେ । ସେହିପରି ଜନସାଧାରଣଙ୍କ ଦକ୍ଷତାର ସଦ୍ ଉପଯୋଗ କରିବା ସହ ପ୍ରତ୍ୟେକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ପ୍ରକାଶ କରିଥିଲେ । ଜିଲ୍ଲାପାଳଙ୍କ ସ୍ୱାଗତ ଅଭିଭାଷଣରେ ସମସ୍ତ ଜନସାଧାରଣଙ୍କୁ କହିଥିଲେ କଠିନ ପରିଶ୍ରମକଲେ ଜିଲ୍ଲା, ରାଜ୍ୟ ଓ ଦେଶ ବିକଶିତ ହୋଇପାରିବ ।ଏହି ଅବସରରେ ସୁଭଦ୍ରା ଯୋଜନାର ପାଞ୍ଚ ଜଣ ହିତାଧିକାରୀଙ୍କୁ ୫,୦୦୦/- ଲେଖାଏଁ ଚେକ୍ ପ୍ରଦାନ କରାଯାଇଥିବା ବେଲେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ତରଫରୁ ୬ ଜଣଙ୍କୁ ୫୦,୦୦୦/- ଲେଖାଏଁ, ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଦୁଇଗୋଟି ଦମ୍ପତୀଙ୍କୁ ଭିନ୍ନକ୍ଷମଙ୍କ ନିମନ୍ତେ ବିବାହ ପ୍ରୋତ୍ସାହନ ରାଶି ପ୍ରତେକ୍ୟଙ୍କୁ ୨ ଲକ୍ଷ ୫୦ ହଜାର ଲେଖାଏଁ ମାନ୍ୟବର ମନ୍ତ୍ରୀ ପ୍ରଦାନ କରିଥିଲେ ।ଏହି ମେଳାରେ ମୋଟ ୩୦ଟି ଷ୍ଟୋଲ ସ୍ଥାନ ପାଇଥିବା ବେଳେ ଏଗୁଡିକରେ ହସ୍ତଶିଳ୍ପ କାରିଗର, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଓ ମହିଳା ସଂୟ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ଉତ୍ପାଦିତ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନୀ ସହ ବିକ୍ରୟ ଶୁଭାରମ୍ଭ ହୋଇଛି । ସେହିପରି ଓରମାସ୍, ପଞ୍ଚାୟତରାଜ ବିଭାଗ, ମିଶନ ଶକ୍ତି, ଶିକ୍ଷା ବିଭାଗ, ପର୍ଯ୍ୟଟନ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, କୃଷି ବିଭାଗ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଉଦ୍ୟାନ ବିଭାଗ, ଶ୍ରମ ବିଭାଗ, ଜିଲ୍ଲା ଶିଳ୍ପକେନ୍ଦ୍ର, ମତ୍ସ୍ୟ ଓ ପଶୁପାଳନ ବିଭାଗ ପକ୍ଷରୁ ପ୍ରଦର୍ଶନୀ ତଥା ସଚେତନତା ଷ୍ଟୋଲ ଖୋଲାଯାଇଛି।ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଡ. ଗୁଣନିଧି ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହାପରେ ଜିଲ୍ଲାର ସ୍ଥାନୀୟ କଳାକାରମାନଙ୍କୁ ନେଇ ରଙ୍ଗାରଙ୍ଗ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲା ପରିଷଦ, ଶ୍ରୀ ଅନୁପ ପଣ୍ଡା ଉପ ଜିଲ୍ଲାପାଳ- ପାରଳାଖେମୁଣ୍ଡି, ଶ୍ରୀ ଦିଲ୍ଲୀପ କୁମାର ବେହେରା ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି, ଶ୍ରୀମତୀ ମୋନରମା ଦେବି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସଂପୃକ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।