Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲା ମୋହନା ବ୍ଲକରେ ନୂତନ ଗୋଷ୍ଟି ଉନ୍ନୟନ ଅଧିକାରୀଙ୍କ ଦାୟିତ୍ଵ ଗ୍ରହଣ

ପାରଳାଖେମୁଣ୍ଡି:୧୯/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲା ମୋହନା ବ୍ଲକରେ ଆଜି ନୂତନ ଗୋଷ୍ଟି ଉନ୍ନୟନ ଅଧିକାରୀ ହଳଧର ଶବର(ଓଏଏସ) ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି, ଚିକିଟି ସମେତ ଏକାଧିକ ବ୍ଲକ ରେ କାର୍ଯ କରି ସୁନାମ ଅର୍ଜନ କରିଛନ୍ତି। ସେ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଗୁଡ଼ିକୁ ସଠିକ ସମୟରେ ସମ୍ପନ୍ନ କରି ଲୋକଙ୍କ ପ୍ରିୟପାତ୍ର ହୋଇପାରିଥିଲେ। ସେହିପରି ଗଜପତି ଜିଲ୍ଲା ର ସର୍ବ ବୃହତ୍ତମ ବ୍ଲକ ମୋହନାରେ ନିଯୁକ୍ତ ହୋଇ ପୂର୍ବ ଭଳି ଗରିବ ଖଟିଖିଆ ପୀଡ଼ିତ ଆଦିବାସୀ ଜନସାଧାରଣଙ୍କ କାର୍ଯ୍ୟ କରିବେ ବୋଲି ମୋହନା ବ୍ଲକ ବସୀ ଆଶା ରଖିଛନ୍ତି। ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହୋଇଥିବା ଯୋଗୁଁ ଲୋକଙ୍କ ଆଶାକୁ ଅଗ୍ରାଧିକାର ଦେଇ ଉନ୍ନୟନ ମୂଳକ କାର୍ଯ୍ୟ କରିବେ ବୋଲି ଏ ଅଞ୍ଚଳର ଜନସାଧାରଣ ଆଶା ରଖିଛନ୍ତି l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ଶିଶୁ ସୁରକ୍ଷା ଟିମ ଦ୍ୱାରା ବାଲ୍ୟ ବିବାହ ହେବାକୁ ଯାଉଥିବା ଯୁବତୀ ଉଦ୍ଧାର ପାରଳାଖେମୁଣ୍ଡି:୨୮/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଶ୍ରୀମତୀ ବୈଶାଳୀ ପଟ୍ଟନାୟକ କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଲେ ଯେ, ଗଜପତି ଜିଲ୍ଲା ଗୋଶାଣି ବ୍ଲକର ଗାରବନ୍ଧ ଗ୍ରାମରେ ଏକ ବାଲ୍ୟ ବିବାହ ହେବାକୁ ଯାଉଅଛି, ଏହି ଖବର ପାଇବା ପରେ ତତକ୍ଷଣାତ ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଜଣାଇଥିଲେ, ଏବଂ ଏହାପରେ ସଙ୍ଗେ ସଙ୍ଗେ ଏକ ଦଳ ଗଠନ କରାଯାଇଥିଲା, ଯେଉଁଥିରେ ଗୋଶାଣି ବ୍ଲକ ର ଆସିଡିଏସର ସୁପରଭାଜର, ଡିସିପିୟୁ ର ପରାମର୍ଶଦାତା ,ଚାଇଲ୍ଡ ହେଲ୍ପ ଲାଇନର ସୁପରଭାଇଜର, ସଖୀ କେନ୍ଦ୍ରର ସଦସ୍ୟା, ଆଭା NGOର ସଦସ୍ୟା , ଗାରାବନ୍ଧ ଥାନାର IIC ମିଳିତ ଭାବରେ ଉକ୍ତ ଗ୍ରାମକୁ ଯାଇ ବାଲ୍ୟ ବିବାହ କରିବାକୁ ଥିବା ପରିବାରକୁ ବାଲ୍ୟ ବିବାହ ନିରୋଧ ଆଇନ ଓ ତାର ଦଣ୍ଡ ବିଧାନ ବିଷୟରେ ବୁଝାଇଥିଲେ ଏବଂ ଝିଅଟିର ବୟସ ୧୫ ବର୍ଷ ୫ ମାସ ହୋଇଥିବାରୁ ଝିଅକୁ ଉଦ୍ଧାର କରି ଶିଶୁ କଲ୍ୟାଣ ସମିତି ଗଜପତିଙ୍କ ଠାରେ ଉପସ୍ଥାପନା କରିଥିଲେ ଏବଂ ଶିଶୁ କଲ୍ୟାଣ ସମିତିର ଆଦେଶକ୍ରମେ ଶିଶୁଟିକୁ ଅଧିକ ପରାମର୍ଶସେବା ଯୋଗାଇ ଦେବା ନିମନ୍ତେ ସକ୍ଷୀ one stop centre କୁ ପଠାଯାଇଥିଲା । ଶିଶୁଟିର ଉଜ୍ଜଳ ଭବିଷ୍ୟତ ନିମନ୍ତେ ପରିବାରର ସଦସ୍ୟ ଆଗାମୀ ଦିନରେ ଶିଶୁକୁ ପାଠ ପଢାଇବେ ଏବଂ ବୟସ ନହେବା ପର୍ଯ୍ୟନ୍ତ ଶିଶୁର ବିବାହ କରିବେ ନାହିଁ ବୋଲି ଲିଖିତ ଭାବେ ଦରଖାସ୍ତ ଦେଇଥିଲେ । ପୁଣି ଆଗାମୀ ଦିନରେ ଶିଶୁଟିର ଭବିଷ୍ୟତ ପାଇଁ ବାଲ୍ୟ ବିବାହ ନିଷେଧକାରିଣୀ ଅଧିକାରିଣୀ ଝିଅଟିକୁ ପରାମର୍ଶ ଦେବା ସହ ଶିକ୍ଷାକୁ ସୁନିଶ୍ଚିତ କରିବେ ବୋଲି ଜଣାପଢ଼ିଛି.।