Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ପାହାଡ ର ଗଚ୍ଛ ଡାଳରୁ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ଥାନା ଅନ୍ତର୍ଗତ ଚୂବକାଦାଦାର ପୁଟି ପାହଡରେ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ଉଦ୍ଧାର କରିଛି ପୋଲିସ । ସୂଚନା ଅନୁସାରେ ଶନିବାର ସକାଳୁ ସ୍ଥାନୀୟ କାଠୁରିଆମାନେ ଚୁବକାଦାଦର ପୁଟି ପାହାଡ଼ କୁ କାଠ ସଂଗ୍ରହ ପାଇଁ ଯାଇଥିଲେ । ସେଠାରେ ଏକ ହରିଡା ଗଛରେ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ଦେଖି ସ୍ଥାନୀୟ ଲୋକଙ୍କୁ ଜଣାଇଥିଲେ । ଖଣ୍ଡହତା ପଞ୍ଚାୟତ ଅନ୍ତର୍ଗତ କଦଳିମୁଣ୍ଡା ଗ୍ରାମର ସୁକ ପଧାନ ଙ୍କ ପୁତ୍ର ମାନ୍ଧାତା ପଧାନ ବୋଲି ଜାଣିବା ପରେ ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ l ପରିବାର ଲୋକେ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଯୁବକକୁ ଚିହ୍ନି ପାରି ସୁବଳୟା ପୁଲିସ କୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଝୁଲନ୍ତା ମୃତ ଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା । ଏନେଇ ଥାନାରେ ୮/୨୩ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଏଏସଆଇ ଗୈାରହରି ମେହେର ଘଟଣାର ଅଧିକ ତଦନ୍ତ ଜାରି ରଖିଛନ୍ତି।