Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଜୟନଗରମ୍‌ ଟ୍ରେନ୍‌ ଦୁର୍ଘଟଣା: ୩ ମୃତ ଓ ୧୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

ଆନ୍ଧ୍ରପ୍ରଦେଶର ବିଜୟନଗରମ୍‌ ଜିଲ୍ଲାର କଣ୍ଟାକାପଲ୍ଲୀ ଏବଂ ଆଲାମଣ୍ଡା ଷ୍ଟେସନ ମଧ୍ୟରେ ଆଜି ସନ୍ଧ୍ୟାରେ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଏହି ଟ୍ରେନ୍‌ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇସାରିଥିବା ବେଳେ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ପୂର୍ବତଟ ରେଳପଥ ପକ୍ଷରୁ‌ ହେଲ୍‌ପଲାଇନ୍‌ ନମ୍ବର ଜାରି କରାଯାଇଛି।
ବିଶାଖା-ରାୟାଗଡା-୦୮୫୦୪ ଯାତ୍ରୀବାହୀ ଟ୍ରେନ୍ ପଛ ପଟେ ପାଲାସା-ବିଶାଖା-୦୮୫୩୨ ଯାତ୍ରୀବାହୀ ଟ୍ରେନ ଧକ୍କା ଦେଇଥିଲା। ତିନୋଟି ବଗି ଯାହାକି ଭାଙ୍ଗି ଚୁର ମାର ହୋଇଯାଇଛି। ଯାତ୍ରୀମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଯାତ୍ରୀମାନେ ଟ୍ରେନରୁ ଓହ୍ଲାଇ ସେମାନଙ୍କ ଜୀବନକୁ ଭୟ କରି ଏଣେ ତେଣେ ଦୌଡ଼ି ଚାଲିଯାଇଥିଲେ। ଏହି ଦୁର୍ଘଟଣାରେ ୧୦ରୁ ଉର୍ଦ୍ଧ୍ବ ଆହତ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ରାତିର ଅନ୍ଧାରରେ ଓଡ୍ରାଫ, ସ୍ଥାନୀୟ ଜନସାଧାରଣ, ଏନଡିଆରଏଫ କର୍ମଚାରୀ ଯାତ୍ରୀ ଉଦ୍ଧାର କାର୍ଯ୍ୟ କରୁଛନ୍ତି। ଉଦ୍ଧାର କାର୍ଯ୍ୟ ଚାଲିଥିବା ରେଳ ବିଭାଗ କହିଛି।