Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭବାନୀପାଟଣାଠାରେ ଜିଲ୍ଲାସ୍ତରୀୟ ମିତବ୍ୟୟିତା ଦିବସ ପାଳିତ

କଳାହାଣ୍ଡି,୩୧/୧୦-କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଠାରେ ଡାକ ବିଭାଗ, ଅର୍ଥ ବିଭାଗ ଓ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସ୍ତରୀୟ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ଯୋଗଦେଇ ସଞ୍ଚୟ ସଚେତନତା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ! ଏହାସହିତ ଆଗାମୀ ଭବିଷ୍ୟତ ପାଇଁ ସଞ୍ଚୟ କରିବା ଏବଂ କୌଣସି ପ୍ରଲୋଭନ ଶିକାର ନହୋଇ ସ୍ଵୀକୃତିପ୍ରାପ୍ତ ଆର୍ଥିକ ଅନୁଷ୍ଠାନ, ଜାତୀୟ ବ୍ୟାଙ୍କ୍, ପୋଷ୍ଟ ଅଫିସରେ ନିଜର ପୁଞ୍ଜିନିବେଶ କରିବା ଉପରେ ଗୁରୁତ୍ବାରୋପ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସଞ୍ଚୟ ସହକାରୀ ନିର୍ଦ୍ଦେଶକ ବିବେକାନନ୍ଦ ମହାନନ୍ଦ ଯୋଗଦେଇ ସଞ୍ଚୟର ଉପକାରିତା ଉପରେ ଆଲୋକପାତ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ