Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୩ରୁ ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ପୁଞ୍ଜିନିବେଶରେ ଜାତୀୟସ୍ତରରେ ଓଡ଼ିଶା ଆଗରେ ରହିଛି। ଶିଳ୍ପ କ୍ଷେତ୍ରରେ ଉନ୍ନତି ଲାଗି ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇସାରିଲାଣି। ଏହାକୁ ଦୃଷ୍ଟିରେ ରଖି ଜାପାନରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏପ୍ରିଲ ୩ରୁ ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ୯ ତାରିଖରେ ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଛି।

୫ ତାରିଖରେ ଟୋକିଓରେ ଏକ ବ୍ୟବସାୟିକ ସମ୍ମିଳନୀ ଓ ଅନ୍ୟ କେତେକ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ଦୁଇ ଦିନ ଟୋକିଓରେ ରହିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ଓସାକା ଅଭିମୁଖେ ଯାତ୍ରା କରିବେ। ପୂର୍ବରୁ ଦିଲ୍ଲୀ, ମୁମ୍ବାଇ, ହାଇଦ୍ରାବାଦ ଓ ଦୁବାଇ ଆଦିରେ ହୋଇଥିବା ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ ।

ରାଜ୍ୟରେ ନିବେଶ ପାଇଁ ମେକ୍ ଇନ୍ ଓଡ଼ିଶା ପ୍ରମୁଖ ମାଧ୍ୟମ। କିଛି ସପ୍ତାହ ତଳେ ଜାପାନ ରାଷ୍ଟ୍ରଦୂତ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ବାଣିଜ୍ୟିକ ସମ୍ପର୍କ ସ୍ଥାପନ ପାଇଁ ଆଗ୍ରହ ପ୍ରକାଶ କରିଥିଲେ । ପର୍ଯ୍ୟଟନ, ସାମୁଦ୍ରିକ ଖାଦ୍ୟ, ହୋଟେଲ, ପୋଷାକ ଓ ଧାତବ ଶିଳ୍ପ କ୍ଷେତ୍ରରେ ଓଡ଼ିଶାରେ ଜାପାନ ପୁଞ୍ଜିନିବେଶ କରିବା ସମ୍ଭାବନା ରହିଛି । ଓଡ଼ିଶାରେ ପ୍ରାୟ ୧୦ ଲକ୍ଷ କୋଟିରୁ ଅଧିକ ନିବେଶ ପାଇଁ ବିଭିନ୍ନ ନିବେଶକ ପ୍ରତିଶ୍ରୁତି ଦେଇଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ