ଆଜି ପ୍ରବଳ ବର୍ଷିବ; ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ


ଭୁବନେଶ୍ବର: ରାଜ୍ୟରେ ପଶ୍ଚିମା‌ ଝଡ଼ ପ୍ରଭାବ ଲାଗି ରହିଥିବା ବେଳେ ଆଜି ୧୨ ଜିଲ୍ଲାରେ ବିଜୁଳି ଘଡିଘଡି ସହ ବର୍ଷା ଓ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ ‌‌କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ନୟାଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ବୌଦ୍ଧ। ଏହିସବୁ ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

ଅନ୍ୟପଟେ ଆଜି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ କୁଆପଥର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏପ୍ରିଲ ୨ ଯାଏ ପଶଚିମାଝଡ ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି। ହେଲେ ୨ ତାରିଖ ପରଠୁ ପାଗରେ ପରିବର୍ତ୍ତନ ଆସିବ ବୋଲି କହିଛି ପାଣିପାଗ ବିଭାଗ।