Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆମ ଓଡିଶା ନବୀନ ଓଡିଶା ଶୁଭାରମ୍ଭ

କୋରାପୁଟ,10/11/23 ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୋରାପୁଟ, ଜିଲ୍ଲାରେ “ଆମ ଓଡ଼ିଶା, ନବୀନ ଓଡିଶା” କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି।
ରାଜ୍ୟ ସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।କୋରାପୁଟ ଜିଲ୍ଲାରେ ୧୨୦ କୋଟି ଟଙ୍କା ବ୍ୟୟରେ ୩ ହଜାର ୮୭ଟି ପ୍ରକଳ୍ପ,ଥିବା ବେଳେ, ସେମିଲିଗୁଡା 17ଗୋଟି ପଂଚାୟତରେ ବ୍ଲକ ରେ 8, କୋଟି 50 ଲକ୍ଷ ଦେଇଛନ୍ତି,
ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ସ୍କୁଲର ଉର୍ନ୍ନତି ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସରେ ରହିଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ। ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ୟ୍ୟକ୍ରମ ପାଇଁ ୩ ହଜାର ୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଯୋଜନାରେ ରାଜ୍ୟର ୬ ହଜାର ୭୯୪ଟି ପଞ୍ଚାୟତ ସାମିଲ ହେବେ । ମୋଟ ୯୦ ହଜାର ୭୨୩ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ମିଳିବ ବୋଲି ଭିଡିଓ କଂଫ୍ରେନରେ ଭି କେ ପାଣ୍ଡିଆନ ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସେମିଳିଗୁଡ଼ା ବିଡ଼ିଓ ଲାଷ୍ମୀ ନାରାୟଣ ସାବତ ସେମିଳିଗୁଡ଼ା ବ୍ଲକ ଅଧ୍ୟକ୍ଷ। ଲିଲି ଅଣ୍ଟାବିରିଆଏବଂ ଉପାଧ୍ୟକ୍ଷ ଶିବା ବଙ୍ଗାରି,ଏହି ଅନୁଧ୍ୟାନ ପାଣ୍ଟି କୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ଧନ୍ୟବାଦ ଦେଇ ଥିଲେ,ଓ କେ କେଶବ ଏବଂ ସରପଞ୍ଚ ସମିତି ସଭ୍ୟ ମାନେ ଉପସ୍ଥିତ ଥିଲେ।
କୋରାପୁଟ ରୁ ରାଜେନ୍ଦ୍ର ଧଡକା ଙ୍କ ରିପୋର୍ଟ

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ