Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟରେ ପଶ୍ଚିମାଝଡ ପ୍ରଭାବ; ପ୍ରବଳ ବର୍ଷିବ

ଭୁବନେଶ୍ୱର: ପଶ୍ଚିମାଝଡ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା। ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ବିଜୁଳି ମାରିବା ସହ ପବନ ବହୁଛି। ଏଥିପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ସହ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଆସନ୍ତାକାଲି ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ