ଭୁବନେଶ୍ୱର ଓ କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା
 
        ଭୁବନେଶ୍ୱର: ଦୈତ ନଗରୀ ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା। ଭୁବନେଶ୍ୱର ଓ କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୁବନେଶ୍ୱର ବିମାନ ବନ୍ଦର ଛକରୁ ଆରମ୍ଭ ହୋଇଛି ପ୍ରକ୍ରିୟା। ସଚିବ ସ୍ତରୀୟ କମିଟି ଏହାର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି କମିଟିରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ସମେତ ମନୋଜ ମିଶ୍ର, ଉଷା ପାଢ଼ୀ, ଅନୁ ଗର୍ଗ, ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି ମାଥିଭାଥନାନ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ସାମିଲ ଥିଲେ।
ଭୋର ୪ଟା ୩୦ରେ ଭୁବନେଶ୍ୱର ବିମାନବନ୍ଦର ଛକରୁ ଶିଶୁଭବନ ଛକ, ରାଜମହଲ ଛକ, ମାଷ୍ଟର କ୍ୟାଣ୍ଟିନ, ବାଣୀବିହାର ଛକ, ଜୟଦେବ ବିହାର ଦେଇ କଳିଙ୍ଗ ହସ୍ପିଟାଲ ଛକ, ପଟିଆ, ନନ୍ଦନକାନନ ଛକ ଦେଇ ତ୍ରିଶୂଳିଆ ଛକରେ ବରିଷ୍ଠ ଅଧିକାରୀମାନେ ପହଞ୍ଚି କ୍ଷେତ୍ର ପରିଦର୍ଶନ କରିଥିଲେ। ସମ୍ପୂର୍ଣ୍ଣ ମେଟ୍ରୋ ବ୍ୟବସ୍ଥା କେତେ ଦୂରତା ବିଶିଷ୍ଟ ହେବ ସେ ସମସ୍ତ ଦିଗକୁ ନେଇ ଗ୍ରାଉଣ୍ଡ ଜିରୋରେ ମ୍ୟାପ ସହ ଆଲୋଚନା କରାଯାଇଛି। ସୂଚନା ଅନୁଯାୟୀ ତ୍ରିଶୂଳିଆ ଛକରେ କଟକ ଜିଲ୍ଲାପାଳ ଓ ସିଏମସି କମିଶନର ସାମିଲ ହୋଇଥିଲେ। ପରେ ଟିମ ମଧୁପୁର ଓ ସତ୍ୟଭାମାପୁର ଗସ୍ତ କରିଥିଲେ।

 
                        
 
                                 
                                 
                                 
                                 
                                