Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଅଖିଳ ଭାରତୀୟ ସାନ୍ତାଳୀ ଲେଖକ ସଂଘ ବାର୍ଷିକ ଉତ୍ସବର କଲେ ଉଦଘାଟନ

ବାରିପଦା: ଦୁଇ ଦିନିଆ ଓଡ଼ିଶାରେ ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବାୟୁସେନାର ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ ବାରିପଦାର ପୋଲିସ ପଡ଼ିଆରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ର ମନ୍ତ୍ରୀ ବିଶ୍ଵେଶ୍ଵର ଟୁଡୁ ଓ ରାଜସ୍ଵ ମନ୍ତ୍ରୀ ସୁଦାମ ମାର୍ଣ୍ଡି ସ୍ଵାଗତ ଜଣାଇଛନ୍ତି।

ରାଷ୍ଟ୍ରପତି ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ନିଜ ଘରେ ରହିବେ। ବାରିପଦାରେ ପୂର୍ବାହ୍ଣ ୧୧ଟାରେ ପହଞ୍ଚିବା ପରେ ସହିଦ ସ୍ମୃତି ଭବନରେ ଅଖିଳ ଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେଇ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ର ମନ୍ତ୍ରୀ ବିଶ୍ଵେଶ୍ଵର ଟୁଡୁ, ଆଇନ ମନ୍ତ୍ରୀ ଜଗନ୍ନାଥ ସାରଜା ଓ ରାଜସ୍ଵ ମନ୍ତ୍ରୀ ସୁଦାମ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ।

ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ମଧ୍ୟାହ୍ଣ ଭୋଜନ ପରେ ୨ଟା ୩୫ମିନିଟରେ କୁଳିଅଣା ବ୍ଲକର ଏକଲବ୍ୟ ମଡେଲ ଆବାସିକ ସ୍କୁଲର ଉଦଘାଟନ କରିବେ। ଏହାପରେ ଅପରାହ୍ଣ ୩ଟା ୧୫ ମିନିଟ୍‌ରେ ରାଇରଙ୍ଗପୁର ଅଭିମୁଖେ ବାହାରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେହିଭଳି ୨୧ ତାରିଖରେ ରାଷ୍ଟ୍ରପତିଙ୍କ ପ୍ରମୁଖ କାର୍ଯ୍ୟକ୍ରମରେ ରହିଛି ବାଦାମପାହାଡ଼ ରେଳଷ୍ଟେସନରୁ ତିନୋଟି ନୂଆ ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିବେ।

ଏହି ଟ୍ରେନ ଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ; ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ; ଏବଂ ବାଦାମପାହାଡ଼ – ଶାଲିମାର ସାପ୍ତାହିକ ଏକ୍ସପ୍ରେସ। ଏଥିସହିତ ବାଦାମପାହାଡ଼ ରେଳଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିବେ। ସେ ପୂର୍ବାହ୍ନ ୧୦ଟା ୪୫ରୁ ୧୧ଟା ୨୫ ଭିତରେ ବାଦାମପାହାଡ଼-ଶାଲିମାର ଏକ୍ସପ୍ରେସରେ ବାଦାମପାହାଡ଼ ଠାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଯାତ୍ରା କରିବେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ