Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଲାଞ୍ଜିଗଡ଼ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, ୨୧/୧୧ (ଜଗନ୍ନାଥ ନାଏକ) : ଲାଞ୍ଜିଗଡ଼ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ , ପଞ୍ଚାୟତ ସମିତି ଅଧ୍ୟକ୍ଷା କମଳା ପାତ୍ର,ତହସିଲଦାର ମୁନିନ୍ଦ୍ର ହୋନଙ୍ଗା ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୬୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୭ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ