Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ପାରାଦୀପ ବୋଇତ ବନ୍ଦାଣରେ ଯୋଗ ଦେବେ

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତରେ ସେ ପାରାଦୀପରେ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦାନ ଦେବାର କାର୍ଯ୍ୟକ୍ରମ ରହିଛି। ଆଜି ସନ୍ଧ୍ୟା ୬ଟାରେ ବାୟୁସେନାର ସ୍ଵତନ୍ତ୍ର ବିମାନରେ ଭୁବନେଶ୍ଵର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ଏହା ପରେ କଡ଼ା ସୁରକ୍ଷା ବଳୟରେ ରାଜଭବନ ଯିବେ। ସେଠାରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ୧୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏ ନେଇ ଗତକାଲି କମିଶନରେଟ୍ ପୋଲିସ ପକ୍ଷରୁ ବିମାନ ବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ରିୟଲସଲ କରାଯାଇଥିଲା।

ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ୨୭ ତାରିଖ ସକାଳେ ବାୟୁସେନାର ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ ପାରାଦୀପ ଯିବେ। ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିବେ। ପାରାଦୀପରୁ ଅପରାହ୍ଣରେ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେଠାରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଫେରିଯିବେ। ଆଜି ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ପୁଲିସ ପକ୍ଷରୁ କାରକେଡ୍ ରିହର୍ସାଲ କରାଯାଇଥିଲା। ଏଥିରେ ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଡିସିପି ପ୍ରତୀକ ସିଂହ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ସାମିଲ ଥିଲେ।