Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଧର୍ମଗଡଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, ୨୮/୧୧ (ଜଗନ୍ନାଥ ନାଏକ) : ଆଜି ଧର୍ମଗଡସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଧର୍ମଗଡ଼ ବିରଞ୍ଚି ନାରାୟଣ ଦରୱାନ୍ , ପଞ୍ଚାୟତ ସମିତି ଅଧ୍ୟକ୍ଷା ବବିତା ପାଟ୍ଟଯୋଶୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।