Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା : ଦୁଇ ଚାଳକ ଗୁରୁତର

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ କଲୋନୀସାହି ନିକଟରେ ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ମୋଟର ସାଇକେଲ ଚାଳକ ଗୁରୁତର ଆହତ ହୋଇ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତୀ କରି ଚିକିତ୍ସିତ କରାଯାଇଛି l ଘଟଣା ପ୍ରକାରେ କୋଟଗଡ଼ କଲୋନୀ ସାହିର ଭୀମ ନାୟକଙ୍କ ପୁଅ ରାଜୁ ନାୟକ ମୋଟର ସାଇକେଲ ଯୋଗେ କୋଟଗଡ଼ ବଜାର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଏଗ୍ରିକଲ୍‌ଚର ବିଭାଗରେ କାର୍ଯ୍ୟରତ ତ୍ରିପତି ପାତ୍ର ନାମକ ଜଣେ ବ୍ୟକ୍ତି କାର୍ଯ୍ୟାଳୟ ଅଭିମୁଖେ ଯାଉଥିବା ବେଳେ କଲୋନୀ ସାହି ନିକଟରେ ଭାରସାମ୍ୟ ହରାଇ ଉଭୟଙ୍କ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଉଭୟ ମୋଟର ସାଇକେଲ ଚାଳକ ଗୁରୁତର ଆହତ ହୋଇ ଥିବାରୁ ସ୍ଥାନୀୟ ଲୋକେ ପ୍ରଥମେ ସେମାନଙ୍କୁ କୋଟଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ । କିନ୍ତୁ ଉଭୟଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ରାଜୁ ନାୟକଙ୍କୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ବେଳେ ତ୍ରିପତି ପାତ୍ରଙ୍କୁ ବ୍ରହ୍ମପୁର ବଡ଼ମେଡ଼ିକାଲକୁ ସ୍ଥାନାନ୍ତର କରା ଯାଇଥିବା ଜଣାପଡ଼ିଛି ।