ଦୁଇ ମହାବିଦ୍ୟାଳୟର ଭୋଟର ସଚେତନତା କାଯ୍ୟକ୍ରମ


ବେଲଗୁଣ୍ଠା,29/ 11,ଆଜି ବେଲଗୁଣ୍ଠାର ବିଜ୍ଞାନ ମହାବିଦ୍ୟାଳୟ ଏବଂ କ୍ଷତ୍ରିୟବରପୁର ସ୍ନାତକ ମହାବିଦ୍ୟାଳୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବେଲଗୁଣ୍ଠା ବିଜ୍ଞାନ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଅଜିତ କୁମାର ପଟ୍ଟନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସମନ୍ୱିତ ଯୁବ ବିକାଶ ଏବଂ ଭୋଟର୍ ସଚେତନତା କାର୍ଯ୍ୟକ୍ରମରେ ଅତିଥି ଭାବେ ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ରକେଶ କୁମାର ପାତ୍ରଙ୍କ ସହିତ ସମସ୍ତ କାଉନସିଲ ଏବଂ ଅନୁଷ୍ଠାନ ଅଧ୍ୟାପକ ଡ଼ଃ ଗୁରୁମୂର୍ତ୍ତି ନାୟକ,ଅଶୋକ କୁମାର ସ୍ୱାଇଁ,ସନ୍ତୋଷ କୁମାର ପାଣିଗ୍ରାହୀ, ଅଶୋକ କୁମାର ପ୍ରଧାନ,ଅଜୟ କୁମାର ବିଶ୍ୱାଳ,ସପନ କୁମାର ପ୍ରଧାନ ଏବଂ ଯୁବ ସାମ୍ବାଦିକ ଶିବରାମ ଚୌଧୁରୀ ଓ ପୋଲିସ ବନ୍ଧୁମାନେ ଉପସ୍ଥିତ ଥିଲେ I ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନେ ଏକ ଶୋଭାଯାତ୍ରା କରିବା ସହ କୋଳିସାହି,ହାଟପଦା, ଲେକଚର କଲୋନୀ, ଜଗନ୍ନାଥପ୍ରସାଦ ରୋଡ ଓ ବସଷ୍ଟାଣ୍ଡରେ ସଫେଇ କାର୍ଯ୍ୟକ୍ରମ କରିଥଲେ। ଅଧ୍ୟାପକ ଡ଼ଃ ପ୍ରଫୁଲ କୁମାର ଜେନାଙ୍କ ପରିଚାଳନାରେ ବିଜ୍ଞାପିତ ଅଞ୍ଚଳ ପରିଷଦ ସାମ୍ନାରେ ଛାତ୍ରୀମାନଙ୍କ ଦ୍ୱାରା ଏକ ପଥପ୍ରାନ୍ତ ନାଟକ ପରିବେଷିତ ହୋଇଥିଲା । ସେହିପରି କ୍ଷତ୍ରିୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ଭୋଟର୍ ସଚେତନତା କାର୍ଯ୍ୟକ୍ରମ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ସାମଲ୍ ଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି I ଭୋଟ୍ ଦାନ ପ୍ରତ୍ୟେକ ନାଗରିକର ମୌଳିକ ଅଧିକାର ହୋଇଥୀବା ବେଳେ ଗୋଟିଏ ଲୋକର ଗୋଟିଏ ଭୋଟ୍ ଦେଶ ଗଠନରେ ସାହାଯ୍ୟ କରିଥାଏ ବୋଲି ଉପସ୍ଥିତ ଅତିଥିମାନେ ପ୍ରକାଶ କରିଥିଲେ I ଅଧ୍ୟାପକ ଅମୂଲ୍ୟ କୁମାର ପଣ୍ଡା କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସମ୍ପର୍କରେ ଶିକ୍ଷାର୍ଥୀ ମାନଙ୍କୁ ଅବଗତ କରାଇଥିବା ବେଳେ ଅଧ୍ୟାପକ ରାମଚନ୍ଦ୍ର ମହାନ୍ତି,ବିଦ୍ୟାଧର ସ୍ୱାଇଁ ଏବଂ ସୀମାଞ୍ଚଳ ମହାନ୍ତି ଯୁବ ଭୋଟର୍ ଙ୍କ ଦାୟିତ୍ୱ ସମ୍ପର୍କରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ I ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ,ଅଧ୍ୟାପିକା ଏବଂ କର୍ମଚାରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I ଅଧ୍ୟାପକ ରାମଚନ୍ଦ୍ର ମହାନ୍ତି ଧନ୍ୟବାଦ ଜ୍ଞାପନ କରିଥିଲେ I

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଓଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ହୋଇଯାଇଅଛି । ରାଜ୍ୟ ସରକାରଙ୍କ ବିକାଶ ମୂଳକ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡ଼ିକର ସୂଚନା-ଶିକ୍ଷା-ସଞ୍ଚାର କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନତା ସୃଷ୍ଟି ପାଇଁ ବିକାଶ ମେଳା ଆଜି ଠାରୁ ୨୩-ସେପ୍ଟେମ୍ବର, ୨୦୨୪ ପର୍ଯ୍ୟନ୍ତ ତିନି ଦିନ ବ୍ୟାପୀ ଏହି କାର୍ଯ୍ୟକ୍ରମ ଚାଲୁରହିବ । ଆଜିର ଏହି ମେଳାରେ ମୁଖ୍ୟଅତିଥି ଭାବେ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା, ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି, ଓଡ଼ିଶାଯୋଗଦେଇ ବିକଶିତ ଓଡିଶା ପ୍ରଗତିର ନୂତନ ସୂର୍ଯ୍ୟୋଦୟ କାର୍ଯ୍ୟକ୍ରମକୁ ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ମେଳାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଶ୍ରୀକେ.ନାରାୟଣ ରାଓ, ପୂର୍ବତନ ବିଧାୟକ ପାରଳାଖେମୁଣ୍ଡି, ଶ୍ରୀମତୀ ମାଳତୀ ପ୍ରଧାନ, ଅଧ୍ୟକ୍ଷା ପଞ୍ଚାୟତ ସମିତି ନୂଆଗଡ଼ ଓ ଡ.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଗଜପତି ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଉଦଘାଟନୀ ଉତ୍ସବରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଜେନା ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମ ଶୁଭାରମ୍ଭ କରି ନିଜ ବକ୍ତବ୍ୟରେ କହିଥିଲେ ଯେ ରାଜ୍ୟରେ ୧୦୦ଦିନ ପୂରଣ କରିଥିବା ସରକାରଙ୍କ ସଫଳ କାହାଣି ବର୍ଣ୍ଣନା କରିବା ସହ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ମିଳିତ ଭାବେ ଓଡିଶାର ସାମଗ୍ରୀକ ବିକାଶ ଓ ସମୃଦ୍ଧି ଦିଗରେ ଅଗ୍ରସର ହେଉଛି । ଏହି ଅବସରରେ ଅଳ୍ପଦିନ ମଧ୍ୟରେ ମୋହନ ସରକାର ମହିଳାମାନଙ୍କ ନିମନ୍ତେ ସୁଭଦ୍ରା ଯୋଜନା ଠାରୁ ଆରମ୍ଭ କରି କୃଷକ ଓ ମହିଳା ସଶକ୍ତିକରଣ ଓ ସମସ୍ତ ବର୍ଗର ଜନସାଧାରଣଙ୍କ ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ଦର୍ଶାଇବା ସହ ଏହି ସରକାର ସାଧାରଣ ଲୋକଙ୍କ ସରକାର ବୋଲି ପ୍ରକାଶ କରିଥିଲେ । ସେହିପରି ଜନସାଧାରଣଙ୍କ ଦକ୍ଷତାର ସଦ୍ ଉପଯୋଗ କରିବା ସହ ପ୍ରତ୍ୟେକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ପ୍ରକାଶ କରିଥିଲେ । ଜିଲ୍ଲାପାଳଙ୍କ ସ୍ୱାଗତ ଅଭିଭାଷଣରେ ସମସ୍ତ ଜନସାଧାରଣଙ୍କୁ କହିଥିଲେ କଠିନ ପରିଶ୍ରମକଲେ ଜିଲ୍ଲା, ରାଜ୍ୟ ଓ ଦେଶ ବିକଶିତ ହୋଇପାରିବ ।ଏହି ଅବସରରେ ସୁଭଦ୍ରା ଯୋଜନାର ପାଞ୍ଚ ଜଣ ହିତାଧିକାରୀଙ୍କୁ ୫,୦୦୦/- ଲେଖାଏଁ ଚେକ୍ ପ୍ରଦାନ କରାଯାଇଥିବା ବେଲେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ତରଫରୁ ୬ ଜଣଙ୍କୁ ୫୦,୦୦୦/- ଲେଖାଏଁ, ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଦୁଇଗୋଟି ଦମ୍ପତୀଙ୍କୁ ଭିନ୍ନକ୍ଷମଙ୍କ ନିମନ୍ତେ ବିବାହ ପ୍ରୋତ୍ସାହନ ରାଶି ପ୍ରତେକ୍ୟଙ୍କୁ ୨ ଲକ୍ଷ ୫୦ ହଜାର ଲେଖାଏଁ ମାନ୍ୟବର ମନ୍ତ୍ରୀ ପ୍ରଦାନ କରିଥିଲେ ।ଏହି ମେଳାରେ ମୋଟ ୩୦ଟି ଷ୍ଟୋଲ ସ୍ଥାନ ପାଇଥିବା ବେଳେ ଏଗୁଡିକରେ ହସ୍ତଶିଳ୍ପ କାରିଗର, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଓ ମହିଳା ସଂୟ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ଉତ୍ପାଦିତ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନୀ ସହ ବିକ୍ରୟ ଶୁଭାରମ୍ଭ ହୋଇଛି । ସେହିପରି ଓରମାସ୍, ପଞ୍ଚାୟତରାଜ ବିଭାଗ, ମିଶନ ଶକ୍ତି, ଶିକ୍ଷା ବିଭାଗ, ପର୍ଯ୍ୟଟନ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, କୃଷି ବିଭାଗ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଉଦ୍ୟାନ ବିଭାଗ, ଶ୍ରମ ବିଭାଗ, ଜିଲ୍ଲା ଶିଳ୍ପକେନ୍ଦ୍ର, ମତ୍ସ୍ୟ ଓ ପଶୁପାଳନ ବିଭାଗ ପକ୍ଷରୁ ପ୍ରଦର୍ଶନୀ ତଥା ସଚେତନତା ଷ୍ଟୋଲ ଖୋଲାଯାଇଛି।ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଡ. ଗୁଣନିଧି ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହାପରେ ଜିଲ୍ଲାର ସ୍ଥାନୀୟ କଳାକାରମାନଙ୍କୁ ନେଇ ରଙ୍ଗାରଙ୍ଗ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲା ପରିଷଦ, ଶ୍ରୀ ଅନୁପ ପଣ୍ଡା ଉପ ଜିଲ୍ଲାପାଳ- ପାରଳାଖେମୁଣ୍ଡି, ଶ୍ରୀ ଦିଲ୍ଲୀପ କୁମାର ବେହେରା ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି, ଶ୍ରୀମତୀ ମୋନରମା ଦେବି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସଂପୃକ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।