Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଅଧାରେ ରହିଗଲା ତାରିଣୀଦର୍ଶନ, ଟ୍ରକକୁ ଧକ୍କା ଦେଲା ଭ୍ୟାନ, ୮ ଜଣ ମୃତ

ଘଟଗାଁ: ଅଧାରେ ରହିଗଲା ତାରିଣୀଦର୍ଶନ। ଘଟଗାଁରେ ପହଞ୍ଚିବା ପୂର୍ବରୁ  ସବୁ କିଛି ଓଲଟପାଲଟିଗଲା। ମାଆ ତାରିଣୀଙ୍କ ସକାଳ ଦର୍ଶନ ଅଧାରେ ରହିଗଲା। ଆଜି ସକାଳେ ଘଟଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି। ଅନ୍ୟ ୫ ଗୁରୁତରଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ଘଟାଇଥିବା ଡ୍ରାଇଭର୍ ଫେରାର ହୋଇଯାଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ତିନି ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି।

ସୂଚନା ଅନୁସାରେ, ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଅନ୍ତର୍ଗତ ପୁଡାମାରି ଗାଁରୁ ଏକ ଉଇଙ୍ଗର ଭ୍ୟାନ‌ ଯୋଗେ ଘଟଗାଁ ତାରିଣୀଙ୍କୁ ଦର୍ଶନ କରିବା ଲାଗି ଯାଉଥିଲେ।  ମନ୍ଦିରଠୁ ମାତ୍ର ତିନି କିଲୋମିଟର ପୂର୍ବରୁ ବାଲିଯୋଡ଼ିଠାରେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକ ସହିତ ଧକ୍କା ଖାଇଥିଲା। ଭ୍ୟାନ ଦ୍ରୁତ ବେଗରେ ଯାଉଥିବାରୁ ଘଟଣାସ୍ଥଳରେ ୮ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏଥିସହ ଭ୍ୟାନରେ ଥିବ‌ା ଅନ୍ୟ ଯାତ୍ରୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ଚିକିତ୍ସା ଲାଗି ପ୍ରଥମେ ଘଟଗାଁ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି।

ଦୁର୍ଘଟଣା ସକାଳ ୫ଟା ପାଖାପାଖି ଘଟିଥିବା ନେଇ ସ୍ଥାନୀୟ ଲୋକେ କହିଛନ୍ତି। ଭୋର ସମୟ‌ରେ କୁହୁଡ଼ି ଥିବା ଯୋଗୁ ଡ୍ରାଇଭର କମ୍ ଦୃଶ୍ୟମାନତା ହେତୁ ରାସ୍ତାକଡ଼ରେ ଥିବା ଟ୍ରକକୁ ଧୋକ୍କା ଦେଇଥିବା କୁହାଯାଉଛି। କିମ୍ବା  କିମ୍ବା ଗାଡିର ବେଗ ଦ୍ରୁତ ଥିବା ହେତୁ ନିୟନ୍ତ୍ରଣ ହରାଇ ଟ୍ରକ ସହ ପିଟି ହୋଇଥିବା ଅନୁମାନ କରାଯାଉଛି। ଦୁର୍ଘଟଣାରେ ଭ୍ୟାନର ସାମନା ଅଂଶଟି ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଫଳରେ ସମ୍ମୁଖ ଭାଗରେ ବସିଥିବା ଯ‌ାତ୍ରୀମାନେ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ