Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭବାନୀପାଟଣା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, ୦୪/୧୨ (ଜଗନ୍ନାଥ ନାଏକ) : ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏଵଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଭବାନୀ ପାଟଣା ଡ ବିଶ୍ବଜିତ ଦାସ ,ଉପ ଜିଲ୍ଲପାଳ, ଧର୍ମଗଡ଼ ଶ୍ରୀ ବିରଞ୍ଚି ନାରାୟଣ ଦର୍ୱାନ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୧୪୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୧୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୭ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୮ଜଣ ଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା । ସର୍ବମୋଟ ୪୫,୦୦୦ ଟଙ୍କାର ସହାୟତା ରାଶି ମଞ୍ଜୁର ହୋଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ