Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭବାନୀପାଟଣାଠାରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର

କଳାହାଣ୍ଡି,୦୪/୧୨-କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଆଜି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ଏଵଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭବାନୀପାଟଣା ଉପ ଜିଲ୍ଲାପାଳ ଡ. ବିଶ୍ବଜିତ ଦାସ, ଧର୍ମଗଡ଼ ଉପ ଜିଲ୍ଲପାଳ ବିରଞ୍ଚି ନାରାୟଣ ଦରୱାନଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଶିବିରରେ ମୋଟ ୧୪୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୧୬ଟି ବ୍ୟକ୍ତିଗତ ସମସ୍ୟା ଓ ୩୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ବଳିତ ଥିଲା। ୧୭ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୮ଜଣ ଙ୍କୁ ୪୫ ହଜାର ଟଙ୍କା ସହାୟତା ରାଶି ମଞ୍ଜୁର କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ