Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲା ସ୍ତରୀୟ ନୂଆ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ

ଝାରସୁଗୁଡ଼ା ୫/୧୨ (ଓଡ଼ିଶା ନ୍ୟୁଜ) ଝାରସୁଗୁଡା ଜିଲ୍ଲାରେ ରାଜ୍ୟ ସରକାରଙ୍କ ନୂଆ ଓଡିଶା କାର୍ଯ୍ୟକ୍ରମ ଆୟୋଜନ ନେଇ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲାପାଳ ଆବୋଲୀ ସୁନିଲ ନରୱଣେ ଅଧ୍ୟକ୍ଷତା କରିଥିବା ବେଳେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରବୀର କୁମାର ନାୟକ, ଆଞ୍ଚଳିକ ପରିବହନ ଅଧିକାରୀ ଦୀନବନ୍ଧୁ ଶୁଣ୍ଢି , ଜିଲ୍ଲା ଶିକ୍ଷା ଅଧିକାରୀ ପୁଷ୍ପା ମିଞ୍ଜ, ଡେପୁଟି କଲେକ୍ଟର ସୁନିଲ ମିଶ୍ର, ଜିଲ୍ଲା କ୍ରୀଡ଼ା ଅଧିକାରୀ ବିଶ୍ୱକେଶନ ପାଣ୍ଡେ , ଅତିରିକ୍ତ ନିର୍ବାହୀ ଅଧିକାରୀ ସୂର୍ୟଣ୍ଷ ସୁର୍ୟଂଶୁ ରୁଟ ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୂଣ୍ୟବତୀ ହେଲେନ ଖେସ, ଓରମାସ ଡେପୁଟି ସି.ଇ.ଓ ଏବଂ ଜିଲ୍ଲା ସ୍ତରୀୟ ଅଧିକାରୀ, ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟ ଅଧ୍ୟକ୍ଷ ମାନେ ଉପସ୍ଥିତ ଥିଲେ । ଚଳିତ ଡିସେମ୍ବର ମାସ ୧୧ ଓ ୧୨ ତାରିଖରେ ଝାରସୁଗୁଡା ଜିଲ୍ଲା ସଦର ମହକୁମା ନିକଟସ୍ଥ ଅମଲିପାଲି ଠାରେ ଜିଲ୍ଲା ସ୍ତରୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ନେଇ ବୈଠକରେ ଆଲୋଚନା ହୋଇଥିଲା ଏବଂ ଏହା ପୂର୍ବରୁ ମହାବିଦ୍ୟାଳୟ ସ୍ତରୀୟ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସଫଳ ରୂପାୟନ ଦେବାକୁ ଅଧ୍ୟକ୍ଷ ମାନଙ୍କୁ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ନିର୍ଦ୍ଦେଶ ଦେଇଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ