Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜଙ୍ଗଲ ନିଆଁକୁ ରୋକିବା ପାଇଁ ଜିଲ୍ଲା ସ୍ତରୀୟ ଯୋଜନା ପ୍ରସ୍ତୁତ

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲ ଏବଂ ବନ୍ୟଜନ୍ତୁଙ୍କୁ ଜଙ୍ଗଲ ନିଆଁରୁ ରକ୍ଷା କରିବା ପାଇଁ ସରକାର ଅଗ୍ନି ଅସୁରକ୍ଷିତ ସ୍ଥାନଗୁଡ଼ିକୁ ଚିହ୍ନଟ କରିବା ପାଇଁ ବିଭିନ୍ନ ବିଭାଗ ସହିତ ସର୍ବୋତ୍ତମ ସମନ୍ୱୟ ରକ୍ଷା କରିବାକୁ ସ୍ଥିର କରିଛନ୍ତି ଏବଂ ଆଗକୁ ଆସୁଥିବା ଅଗ୍ନିକାଣ୍ଡ ଘଟଣାରେ ଜଙ୍ଗଲରେ ନିଆଁକୁ ରୋକିବା ପାଇଁ ଏକ ଯୋଜନା ପ୍ରସ୍ତୁତ କରିଛନ୍ତି ଯାହା କନ୍ଧମାଳ ଜିଲ୍ଲାରେ ଜାନୁଆରୀ ୨୦୨୪ ରୁ ଜୁନ୍‌‌, ୨୦୨୪ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ଏହି କ୍ରମରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌‌ଭାବନା ସଭାଗୃହରେ କନ୍ଧମାଳ ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲ୍‌‌ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଅଗ୍ନି ନିବାରଣ ଏବଂ ପ୍ରଶମନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଗ୍ନି ଅସୁରକ୍ଷିତ ଅଞ୍ଝଳର ଜଙ୍ଗଲ ଉପରେ ନିର୍ଭର କରି ଚଳୁଥିବା ଲୋକମାନଙ୍କୁ ସଚେତନ କରିବା ନିହାତି ଆବଶ୍ୟକ ଉପରେ ଗୁରୁତ୍ୱାରୋପ କରଯାଇଥିଲା। ଏହି ଜଙ୍ଗଲ ସେମାନଙ୍କର ଏବଂ ସେମାନେ ଭବିଷ୍ୟତରେ ଏଥିରୁ ଲାଭବାନ ମଧ୍ୟ ହୋଇପାରିବେ ବୋଲି ଜିଲ୍ଲାପାଳ କହିଥିଲେ। ଫୁଲବାଣୀ ବନଖଣ୍ଡ ଅଧିକାରୀ ପ୍ରଶାନ୍ତ ପଟେଲ୍‌‌ ଏହି ଜିଲ୍ଲାରେ ଅଧିକାଂଶ ଲୋକ ଗଛ କାଟିବା ଓ ପୋଡ଼ୁ ଚାଷ କରିବା ଦ୍ୱାରା ଜିଲ୍ଲାର ଜଙ୍ଗଲ ସମ୍ପଦ ହ୍ରାସ ପାଉଛି। ବିଭାଗୀୟ ଅଧିକାରୀ ତଥା କର୍ମଚାରୀ ଏବଂ ଏ ଦିଗରେ କାର୍ଯ୍ୟ କରୁଥିବା ଅନୁଷ୍ଠାନ ଗୁଡ଼ିକ ଉଦ୍ୟମରେ ଚଳିତ ବର୍ଷ ଗତ ବର୍ଷ ତୁଳନାରେ ସମ୍ବେଦନଶୀଳ ଅଗ୍ନିକାଣ୍ଡ ପଏଣ୍ଟ କମ୍‌‌ ଥିବା ଜଣାପଡ଼ିଛି। ୨୦୨୪ ମସିହାରେ ଜଙ୍ଗଲ ନିଆଁ ମୁକ୍ତ କନ୍ଧମାଳ ଜିଲ୍ଲା ପାଇଁ ପ୍ରତିଷେଧକ ବ୍ୟବସ୍ଥା ପାଇଁ ପ୍ରଚେଷ୍ଟା କରାଯିବ ବୋଲି ବନଖଣ୍ଡ ଅଧିକାରୀ ପଟେଲ କହିଥିଲେ। ସେହିପରି ବାଲିଗୁଡ଼ା ବନଖଣ୍ଡ ଅଧିକାରୀ ବିଶ୍ୱରାଜ୍‌‌ ପଣ୍ଡା ଚାଷ ପାଇଁ ଗଛ କାଟି ନିଆଁ ଲଗାଇଦେଲେ ସେମାନଙ୍କର ଳାଭ ବଦଳରେ କ୍ଷତି ହେଉଛି ବୋଲି ମତ ଦେଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ