Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସନ୍ତା ୧୫ ତାରିଖରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା : ଶେଷ ହେଲା ପ୍ରସ୍ତୁତି ବୈଠକ

କଳାହାଣ୍ଡି,୦୮/୧୨-କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣାସ୍ଥିତ ଡିଆଇଇଟି ପଡ଼ିଆଠାରେ ଆସନ୍ତା ୧୫ ତାରିଖରେ ଅନୁଷ୍ଠିତ ହେବ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ! ଏହି ନିଯୁକ୍ତି ମେଳାରେ ରାଜ୍ୟ ଓ ରାଜ୍ୟ ବାହାରୁ ଅନେକ ପ୍ରତିଷ୍ଠିତ କମ୍ପାନୀ ଯୋଗ ଦେବାକୁ ଥିବାବେଳେ ଏଥିରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଅଧିକରୁ ଅଧିକ ନିଯୁକ୍ତି ଆଶାୟୀ ଯୁବକ ଯୁବତୀ ସାମିଲ ହେବା ସହିତ ନିଯୁକ୍ତି ପାଇବା ଉପରେ ଗୁରୁତ୍ବାରୋପ କରୁଛି କଳାହାଣ୍ଡି ଜିଲ୍ଲା ପ୍ରଶାସନ। ଏଥିପାଇଁ ଭବାନୀପାଟଣାସ୍ଥିତ ଜିଲ୍ଳାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲା ଦକ୍ଷତା ବିକାଶ ଅଧିକାରୀ ଅଜିତ କୁମାର ଉତ୍ତରାୟ, ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସାଇଲେଷ୍ଟିଂ ଟିଗା, ଜିଲ୍ଳା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା, ଭବାନୀପାଟଣା ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟସଂପର୍ଣ୍ଣା ରାଉତ, ଆଞ୍ଚଳିକ ପରିବହନ ଅଧିକାରୀ ଗତିକୃଷ୍ଣ ସାମନ୍ତରାୟ ପ୍ରମୁଖ ଯୋଗ ଦେଇଥିଲେ। ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳାକୁ ସୁଚାରୁ ରୂପେ ପରିଚାଳନା କରିବା ପାଇଁ ସମସ୍ତ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବା ସହିତ ବ୍ୟାପକ ପ୍ରଚାର ପ୍ରସାର ଉପରେ ଗୁରୁତ୍ବାରୋପ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ