ବେଲଗୁଣ୍ଠାରେ ସୁନେତ୍ର କାଯ୍ୟକ୍ରମ


ବେଲଗୁଣ୍ଠା,11/12, ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ବ୍ଳକ୍ ର ନୋଡ଼ାଲ୍ ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟ,ଗୋବରା ବାସୁଦେବପୁର ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ କ୍ଷତ୍ରିୟବରପୁର ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟ ପରିସରରେ ଗଞ୍ଜାମ ଜିଲ୍ଳା ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ସୁନେତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ବେଲଗୁଣ୍ଠା ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବେହେରା ଉଦ୍ଘାଟନ କରିଥିବାବେଳେ ଏଥିରେ ଅତିଥି ଭାବେ ଏବିଇଓ ଗୋବିନ୍ଦ ଚନ୍ଦ୍ର ପାଢୀ, ଭାଗ୍ୟଲତା ପ୍ରଧାନ,ପ୍ରତିଭା କୁମାରୀ ରଥ ଏବଂ ଜିଟି ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ମହାରଣା ,ବରିଷ୍ଠ ଶିକ୍ଷକ ସନ୍ତୋଷ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ I ବିଆରଟି ଚନ୍ଦ୍ରକାନ୍ତି ସୁନ୍ଦରା ଏବଂ ଆଲୋକ କୁମାର ବେହେରା କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ I ବ୍ରହ୍ମପୁର ସିଟି ହସ୍ପିଟାଲ୍ ର ଚକ୍ଷୁ ବିଶେଷଜ୍ଞ ଡ଼ାକ୍ତର ସୁଶାନ୍ତ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ ରମେଶ ଚନ୍ଦ୍ର ଦଳାଇ, ତପନ ପାତ୍ର, ଶୁଭଶ୍ରୀ ପାଳ, ସୃ୍ଷ୍ଟି ସାହୁ ପ୍ରମୁଖ ବେଲଗୁଣ୍ଠା ବ୍ଳକ୍ ର ସମସ୍ତ ଏଗାରଟି କ୍ଲଷ୍ଟର୍ ର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା 894 ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା କରିଥିଲେ I ସେଥିମଧ୍ୟରୁ 316 ଜଣ ଛାତ୍ରଛାତ୍ରୀଙ୍କୁ ଚଷମା ବଣ୍ଟନ କରାଯାଇଥିବା ବେଳେ ପନ୍ଦର ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁରେ ଅସ୍ତ୍ରୋପଚାର ନିମନ୍ତେ ସୁପାରିଶ୍ କରାଯାଇଥିଲା I କାର୍ଯ୍ୟକ୍ରମରେ ସମସ୍ତ ଏଗାରଟି କ୍ଳଷ୍ଟର୍ ର ସିଆରସିସିଙ୍କ ସମେତ ଅନ୍ତର୍ନିବେଶୀ ଶିକ୍ଷା ସ୍ଵେଚ୍ଛାସେବୀ ରଙ୍କନିଧି ସ୍ୱାଇଁ, ହରିବନ୍ଧୁ ଦାଶ,ପ୍ରଭାତ କୁମାର ମହାରଣା, ସଂଯୁକ୍ତା କୁମାରୀ ସ୍ୱାଇଁ,ଲକ୍ଷ୍ମୀପ୍ରିୟା ଗୌଡ଼, ରାଜଲକ୍ଷ୍ମୀ ବିଷୋୟୀ ଏବଂ ନାରାୟଣ ସାହୁ ପ୍ରମୁଖ ସହଯୋଗ କରିଥିଲେ I

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଓଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ହୋଇଯାଇଅଛି । ରାଜ୍ୟ ସରକାରଙ୍କ ବିକାଶ ମୂଳକ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡ଼ିକର ସୂଚନା-ଶିକ୍ଷା-ସଞ୍ଚାର କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନତା ସୃଷ୍ଟି ପାଇଁ ବିକାଶ ମେଳା ଆଜି ଠାରୁ ୨୩-ସେପ୍ଟେମ୍ବର, ୨୦୨୪ ପର୍ଯ୍ୟନ୍ତ ତିନି ଦିନ ବ୍ୟାପୀ ଏହି କାର୍ଯ୍ୟକ୍ରମ ଚାଲୁରହିବ । ଆଜିର ଏହି ମେଳାରେ ମୁଖ୍ୟଅତିଥି ଭାବେ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା, ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି, ଓଡ଼ିଶାଯୋଗଦେଇ ବିକଶିତ ଓଡିଶା ପ୍ରଗତିର ନୂତନ ସୂର୍ଯ୍ୟୋଦୟ କାର୍ଯ୍ୟକ୍ରମକୁ ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ମେଳାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଶ୍ରୀକେ.ନାରାୟଣ ରାଓ, ପୂର୍ବତନ ବିଧାୟକ ପାରଳାଖେମୁଣ୍ଡି, ଶ୍ରୀମତୀ ମାଳତୀ ପ୍ରଧାନ, ଅଧ୍ୟକ୍ଷା ପଞ୍ଚାୟତ ସମିତି ନୂଆଗଡ଼ ଓ ଡ.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଗଜପତି ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଉଦଘାଟନୀ ଉତ୍ସବରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଜେନା ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମ ଶୁଭାରମ୍ଭ କରି ନିଜ ବକ୍ତବ୍ୟରେ କହିଥିଲେ ଯେ ରାଜ୍ୟରେ ୧୦୦ଦିନ ପୂରଣ କରିଥିବା ସରକାରଙ୍କ ସଫଳ କାହାଣି ବର୍ଣ୍ଣନା କରିବା ସହ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ମିଳିତ ଭାବେ ଓଡିଶାର ସାମଗ୍ରୀକ ବିକାଶ ଓ ସମୃଦ୍ଧି ଦିଗରେ ଅଗ୍ରସର ହେଉଛି । ଏହି ଅବସରରେ ଅଳ୍ପଦିନ ମଧ୍ୟରେ ମୋହନ ସରକାର ମହିଳାମାନଙ୍କ ନିମନ୍ତେ ସୁଭଦ୍ରା ଯୋଜନା ଠାରୁ ଆରମ୍ଭ କରି କୃଷକ ଓ ମହିଳା ସଶକ୍ତିକରଣ ଓ ସମସ୍ତ ବର୍ଗର ଜନସାଧାରଣଙ୍କ ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ଦର୍ଶାଇବା ସହ ଏହି ସରକାର ସାଧାରଣ ଲୋକଙ୍କ ସରକାର ବୋଲି ପ୍ରକାଶ କରିଥିଲେ । ସେହିପରି ଜନସାଧାରଣଙ୍କ ଦକ୍ଷତାର ସଦ୍ ଉପଯୋଗ କରିବା ସହ ପ୍ରତ୍ୟେକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ପ୍ରକାଶ କରିଥିଲେ । ଜିଲ୍ଲାପାଳଙ୍କ ସ୍ୱାଗତ ଅଭିଭାଷଣରେ ସମସ୍ତ ଜନସାଧାରଣଙ୍କୁ କହିଥିଲେ କଠିନ ପରିଶ୍ରମକଲେ ଜିଲ୍ଲା, ରାଜ୍ୟ ଓ ଦେଶ ବିକଶିତ ହୋଇପାରିବ ।ଏହି ଅବସରରେ ସୁଭଦ୍ରା ଯୋଜନାର ପାଞ୍ଚ ଜଣ ହିତାଧିକାରୀଙ୍କୁ ୫,୦୦୦/- ଲେଖାଏଁ ଚେକ୍ ପ୍ରଦାନ କରାଯାଇଥିବା ବେଲେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ତରଫରୁ ୬ ଜଣଙ୍କୁ ୫୦,୦୦୦/- ଲେଖାଏଁ, ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଦୁଇଗୋଟି ଦମ୍ପତୀଙ୍କୁ ଭିନ୍ନକ୍ଷମଙ୍କ ନିମନ୍ତେ ବିବାହ ପ୍ରୋତ୍ସାହନ ରାଶି ପ୍ରତେକ୍ୟଙ୍କୁ ୨ ଲକ୍ଷ ୫୦ ହଜାର ଲେଖାଏଁ ମାନ୍ୟବର ମନ୍ତ୍ରୀ ପ୍ରଦାନ କରିଥିଲେ ।ଏହି ମେଳାରେ ମୋଟ ୩୦ଟି ଷ୍ଟୋଲ ସ୍ଥାନ ପାଇଥିବା ବେଳେ ଏଗୁଡିକରେ ହସ୍ତଶିଳ୍ପ କାରିଗର, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଓ ମହିଳା ସଂୟ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ଉତ୍ପାଦିତ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନୀ ସହ ବିକ୍ରୟ ଶୁଭାରମ୍ଭ ହୋଇଛି । ସେହିପରି ଓରମାସ୍, ପଞ୍ଚାୟତରାଜ ବିଭାଗ, ମିଶନ ଶକ୍ତି, ଶିକ୍ଷା ବିଭାଗ, ପର୍ଯ୍ୟଟନ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, କୃଷି ବିଭାଗ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଉଦ୍ୟାନ ବିଭାଗ, ଶ୍ରମ ବିଭାଗ, ଜିଲ୍ଲା ଶିଳ୍ପକେନ୍ଦ୍ର, ମତ୍ସ୍ୟ ଓ ପଶୁପାଳନ ବିଭାଗ ପକ୍ଷରୁ ପ୍ରଦର୍ଶନୀ ତଥା ସଚେତନତା ଷ୍ଟୋଲ ଖୋଲାଯାଇଛି।ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଡ. ଗୁଣନିଧି ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହାପରେ ଜିଲ୍ଲାର ସ୍ଥାନୀୟ କଳାକାରମାନଙ୍କୁ ନେଇ ରଙ୍ଗାରଙ୍ଗ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲା ପରିଷଦ, ଶ୍ରୀ ଅନୁପ ପଣ୍ଡା ଉପ ଜିଲ୍ଲାପାଳ- ପାରଳାଖେମୁଣ୍ଡି, ଶ୍ରୀ ଦିଲ୍ଲୀପ କୁମାର ବେହେରା ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି, ଶ୍ରୀମତୀ ମୋନରମା ଦେବି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସଂପୃକ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।