Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବୋରଓ୍ବେଲରୁ ଉଦ୍ଧାର ହେଲା ନବଜାତ ଶିଶୁ

ବୋରଓ୍ବେଲରୁ ଉଦ୍ଧାର ହେଲା ନବଜାତ ଶିଶୁ । ଦୀର୍ଘ ସମୟର ନନଷ୍ଟପ ଅପରେସନ ପରେ ଶେଷରେ ଉଦ୍ଧାର ହେଲା ଶିଶୁ । ୮ ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିଲା ଅପରେସନ । ୨୦ରୁ ୨୫ ଫୁଟ ତଳେ ଥିଲା ଶିଶୁ ।
ସୂଚନା ଥାଉକି, ପରିତ୍ୟକ୍ତ ବୋରଓ୍ବେଲ ଭିତରେ ପଡ଼ିଥିଲା ନବଜାତ ଶିଶୁ । ସମ୍ବଲପୁର ଜିଲ୍ଲା ରେଙ୍ଗାଲୀ ବ୍ଲକର ଲରିପାଲି ଜଙ୍ଗଲ ଭିତରେ ଥିବା ଏକ ପରିତ୍ୟକ୍ତ ବୋରଓ୍ବେଲ ଭିତରେ ନବଜାତ ଶିଶୁ ପଡ଼ିଥିବା ଜଣାପଡ଼ିଥିଲା । ଜଙ୍ଗଲ ରାସ୍ତା ଦେଇ ଯାଉଥିବା କିଛି ଲୋକ ପ୍ରଥମେ କଅଁଳଶିଶୁର କାନ୍ଦିବା ଶୁଣି ବୋରଓ୍ବେଲ ପାଖକୁ ଯାଇଥିଲେ, ବୋରଓ୍ବେଲ ଭିତରୁ ନବଜାତ ଶିଶୁର କାନ୍ଦିବା ଶବ୍ଦ ଶୁଣି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ଦମକଳବାହିନୀ ଓ ବ୍ଲକ ପ୍ରଶାସନ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ । କେହି ଜାଣିଶୁଣି ନବଜାତ ଶିଶୁଟିକୁ ବୋରଓ୍ବେଲ ଭିତରେ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି । ତେବେ କିଏ ଏବଂ କାହିଁକି ଫୋପାଡ଼ିଛି ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।
ସେପଟେ ନବଜାତକର କାନ୍ଦ ଶୁଭିବା ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା । ସ୍ଥାନୀୟ ଲୋକେ ପୋଲିସ ଏବଂ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।