Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବୀରମହାରାଜପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ବୀରମହାରାଜପୁର : ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ‘ନୂଆ ଓଡିଶା’ – ଯୁବ ଓଡିଶା – ନବୀନ ଓଡିଶାର ଆର୍ଥିକ ସହଯୋଗରେ ବୀରମହାରାଜପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆନୁକୂଲ୍ୟରେ ସଡକ ସୁରକ୍ଷା ସଚେତନତା ଅଭିଯାନ ଆୟୋଜିତ ହୋଇଯାଇଛି I ଏହି ଅବସରରେ ଅନୁଷ୍ଠିତ ହୋଇଥିବା ଏକ ରାଲିକୁ ଭାରପ୍ରାପ୍ତ ଅଧ୍ୟକ୍ଷ ଡ଼. ହିମାଂଶୁ ଶେଖର ପାଢ଼ୀ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏଥିରେ ପ୍ରାୟ ତିନିଶହ ଉଚ୍ଚ ମଧ୍ୟମିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ସହର ପରିକ୍ରମା କରିଥିଲେ I ଶିବ କୁମାର ପୁରୋହିତ , ବିଜୟ କୁମାର ପୁରୋହିତ, ନରେନ୍ଦ୍ର ଝା , ଡ଼.ଶିଶିର ବଣିଆ , ମାଧବ ପଧାନ , ଜିତେନ୍ଦ୍ର ସାହୁ , ଯାମିନୀ ଦାଶ , ସ୍ମୃତି ରଞ୍ଜନ ଭରାସାଗର , ହରପ୍ରିୟା ମହାପାତ୍ର ପ୍ରମୁଖ ଅଧ୍ୟାପକ ଅଧ୍ୟାପିକା ନେତୃତ୍ୱ ନେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜଗଦିଶ ସାହୁ ଓ ଶ୍ରୀରାମ ଦେହୁରୀ ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ I