Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭବାନୀପାଟଣାରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ

କଳାହାଣ୍ଡି,୧୫/୧୨-କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଡିଆଇଇଟି ସ୍କୁଲ ପଡିଆରେ ଜିଲ୍ଲା ପ୍ରଶାସନ ଓ ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି ! ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସଚିନ ପାୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ନିଯୁକ୍ତି ମେଳାରେ ୨୮ ଟି ନିଯୁକ୍ତିଦାତା ସଂସ୍ଥା ଓ ୧୦ ଟି ପ୍ରକଳ୍ପ କାର୍ଯ୍ୟକାରିଣୀ ସଂସ୍ଥା ଯୋଗ ଦେଇଥିଲେ।ଏହି ମେଳାରେ ୨୬୭୫ ଜଣ ନିଯୁକ୍ତି ଆଶାୟୀ ଯୁବକ ଯୁବତୀ ଭାଗ ନେଇଥିଲେ ଓ ୧୦୪୫ ଜଣ ବିଭିନ୍ନ ସଂସ୍ଥା ସହିତ ସହବନ୍ଧିତ ହୋଇଥିଲେ। ଏହି ମେଳାରେ ସମ୍ମାନିତ ଅତିଥି ଭାବେ କଳାହାଣ୍ଡି ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ ଶତପଥି, କଳାହାଣ୍ଡି ବିଶ୍ଵବିଦ୍ୟାଳୟ ଯୁବ କଲ୍ୟାଣ ଅଧିକାରୀ ମଧୁଲିକା ସା ପ୍ରମୁଖ ଯୁବକ ଯୁବତୀ ମାନଙ୍କୁ ଏହି ସୁଯୋଗର ଫାଇଦା ନେବା ପାଇଁ ପରାମର୍ଶ ଦେଇଥିଲେ । ଜିଲ୍ଲା ଦକ୍ଷତା ବିକାଶ ଅଧିକାରୀ ଅଜିତ କୁମାର ଉତ୍ତରାୟଙ୍କ ତତ୍ତ୍ବାବଧାନରେ ଆୟୋଜିତ ମେଳାରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ମନୋଜ କୁମାର ବେହେରା, ଓରମାସର ଡେପୁଟି ସିଇଓ ଜର୍ଜ କେର୍କେଟା, ଶିଶୁ ସୁରକ୍ଷା ଅଧିକାରୀ ଅଂଶୁମାନ ବାବୁ, ଜିଲ୍ଲା ନିୟୋଜନ କାର୍ଯ୍ୟାଳୟର ଅମ୍ବୁଜ ତିୱାରୀ, ସରକାରୀ ଆଇଟିଆଇର ସରୋଜ କୁମାର ବେହେରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ