Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ରାଜ୍ୟସ୍ତରୀୟ ଶିଶୁ ଥିଏଟର ଓ ନୃତ୍ୟ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି,୧୫/୧୨-କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରର ଟାଉନ ହଲ ଠାରେ ସଂଗମ ଅନୁଷ୍ଠାନ ତରଫରୁ ଦଶମ ରାଜ୍ୟସ୍ତରୀୟ ଶିଶୁ ଥିଏଟର ଏବଂ ନୃତ୍ୟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭବାନୀପାଟଣା ପୌରାଧ୍ୟକ୍ଷା ସଂଯୁକ୍ତା ବେହେରା ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ l ସଂଗମ ଅନୁଷ୍ଠାନର ସଭାପତି ରାଜେନ୍ଦ୍ର ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ ରଙ୍ଗାରଙ୍ଗ କାର୍ଯ୍ୟକ୍ରମକୁ ଅନୁଷ୍ଠାନର କର୍ମକର୍ତ୍ତାମାନେ ପରିଚାଳନା କରିଥିବାବେଳେ ବହୁ ସଂଖ୍ୟାରେ ଶିଶୁ ପ୍ରତିଭାଗୀ ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ l