Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ଏଏସଓ ଚୟନ ମାମଲାରେ ଆସିଲା ରାୟ, ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ

କଟକ: ହାଇକୋର୍ଟରେ ଏଏସଓ ଚୟନ ଅନିୟମିତତା ମାମଲାରେ ଆସିଛି ବଡ ରାୟ । ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ । ଫଳରେ ୧୧୦୪ ଜଣଙ୍କ ଏଏସଓ ଚାକିରି ପାଇବା ପଥ ପରିଷ୍କାର ହୋଇଛି । ଓପିଏସସି ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି କହିଛନ୍ତି ଉଚ୍ଚ ନ୍ୟାୟାଳୟ । ଏଥିସହିତ ଜଣିକିଆ ଖଣ୍ଡପୀଠଙ୍କ ରାୟକୁ ଖାରଜ କରିଛନ୍ତି ଡିଭିଜନ ବେଂଚ । ଯେଉଁଠୁ ଚୟନ ପ୍ରକ୍ରିୟା ବନ୍ଦ ସେଠାରୁ ଚାଲୁ ରଖିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଛନ୍ତି।

ଏହା ପୂର୍ବରୁ ଏଏସଓ ଚୟନରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ କରିଥିଲେ କିଛି ପରୀକ୍ଷାର୍ଥୀ। ଏହାକୁ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଯେଉଁମାନଙ୍କ ପିଟିସନର ଶୁଣାଣି କରି ପ୍ରକାଶ ପାଇଥିବା ମେରିଟ୍ ଲିଷ୍ଟ ବଦଳରେ ନୂଆ ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ରାୟ ଦେଇଥିଲେ। କିନ୍ତୁ ଜଣିକିଆ ଖଣ୍ଡପୀଠର ଏହି ରାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ଅନ୍ୟ ପରୀକ୍ଷାର୍ଥୀ। ଏହି ରାୟକୁ ୨ ଜଣିଆ ଖଣ୍ଡପୀଠ ତର୍ଜମା କରନ୍ତୁ ବୋଲି ହାଇକୋର୍ଟରେ ପିଟିସନ ଦାୟର କରିଥିଲେ। ଆଉ ଏହା ଉପରେ ଗତ ୮ ଓ ୯ ତାରିଖରେ ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ । ଆଉ ଆଜି ଏହାର ରାୟ ପ୍ରକାଶ ପାଇଛି । ମେରିଟ୍ ଲିଷ୍ଟ କାଏମ ରଖିବା ସହ ୧୧୦୪ ଜଣଙ୍କ ଏଏସଓ ଚାକିରି ପାଇବା ପଥ ପରିଷ୍କାର ହୋଇଛି ।