Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କଳାପଥର କଲେଜ ରେ ନୂଆଁ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ବୀରମହାରାଜପୁର ( ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର ସତ୍ୟବାଦୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଆଜି ନୂଆଁ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କଲେଜ ଅଧ୍ୟକ୍ଷ ଶ୍ରୀକାନ୍ତ ପଧାନ ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ଯକ୍ରମରେ ମୁଖ୍ୟ ଅତିଥି ଭାବରେ ଏଡିଇଓ ରାଧାକାନ୍ତ ଗର୍ତ୍ତିଆ ଯୋଗଦେଇଥିବାବେଳେ ମୁଖ୍ୟ ବକ୍ତା ଭାବରେ ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ରଥ ଯୋଗଦେଇ ଥିଲେ I ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଯଶକେତନ ବଘାର ଉପସ୍ଥିତ ଥିଲେ । ଏହି ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ମାଧ୍ୟମରେ ସମନ୍ୱିତ ଯୁବ ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଗୀତ, ନୃତ୍ୟ , ଡ୍ରାମା ,ଏକକ ନୃତ୍ୟ ଆଦି ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ନୋଡାଲ ଅଫିସର ପ୍ରତିମା ବାରିକ , ସମାଜସେବା ସଂଯୋଜକ କିଶୋର କୁମାର ସାହୁ , ସାଂସ୍କୃତିକ କାର୍ଯ୍ୟକ୍ରମ ସଂଯୋଜକ ଦେବଯାନୀ ମେସୁଆ , କ୍ରୀଡା ସଂଯୋଜକ ଶିବବ୍ରତ କର୍ଣ୍ଣ ପ୍ରମୁଖ ସହଯୋଗ କରିଥିଲେ । ଏ ଅବସରରେ କଲେଜ ର ସମସ୍ତ ଛାତ୍ରଛାତ୍ରୀ , ଅଧ୍ୟାପକ ଅଧ୍ୟାପିକା ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ