Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଚଭନ କୁନାଲ ମୋତିରାମ ପଦ୍ମପୁରର ପ୍ରଥମ ଅତିରିକ୍ତ ଜିଲ୍ଲାପାଳ, ନୂଆ ADM ପଦବୀକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ପଦ୍ମପୁର ପାଇଁ ଏକ ନୂତନ ଅତିରିକ୍ତ ଜିଲ୍ଲାପାଳ ପଦବୀ ସ୍ରୁଷ୍ଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ଦେଇଛନ୍ତି। ଏଥି ସହିତ ପଦ୍ମପୁରର ପ୍ରଥମ ଅତିରିକ୍ତ ଜିଲ୍ଲାପାଳ ଭାବରେ ୨୦୨୦ ବ୍ୟାଚର ଆଇଏଏସ ଅଫିସର ଚଭନ କୁନାଲ ମୋତିରାମଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ପଦ୍ମପୁର ବରଗଡ଼ ଜିଲ୍ଲାର ଏକ ସବଡିଭିଜନ ପଦ୍ମପୁରର ବିକାଶ କାମ ତ୍ୱରାନିତ କରିବା ସହିତ ପ୍ରଶାସନିକ,ବ୍ୟବସ୍ଥାକୁ ଅଧିକ ମଜଭୂତ କରି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୀଘ୍ର ସମାଧାନ କରିବାରେ ଏହା ସହାୟକ ହେବ । ଶ୍ରୀ ମୋତିରାମ ଵର୍ତମାନ ବାଲେଶ୍ଵର ର ସବକଲେକ୍ଟର ଭାବରେ କାର୍ଯ୍ୟରତ ରହିଛନ୍ତି।

ପଦ୍ମପୁରକୁ ନୂଆ ADM ମିଳିବା ସହ ଜିଲ୍ଲା ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବାବେଳେ ଏଥିପାଇଁ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି। ଚଳିତ ମାସରେ ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସ୍ଥାନ ନିରୁପଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ସ୍ଥାନ ନିରୁପଣ ପାଇଁ ପଦମପୁରରେ ପହଞ୍ଚି ବିଭିନ୍ନ ସ୍ଥାନ ବୁଲି ଦେଖିଛନ୍ତି ଆରଡିସି ସୁରେଶ ଚନ୍ଦ୍ର ଦଳାଇ । ଆରଡିସିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଜମି ନିରୂପଣରେ ସାମିଲ ହୋଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ