Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଉଚ୍ଚଶିକ୍ଷା ନିମନ୍ତେ ୪ ଜଣଙ୍କୁ ଲାପଟପ ବଣ୍ଟନ

ପାରଳାଖେମୁଣ୍ଡି:୧/୧(ଗରୁଡ଼ ଧ୍ଵଜ ଚୌଧୁରୀ)ଆଜି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଅବସରରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଦ୍ଵାରା ମାଗଣା ଲାପଟପ ବଣ୍ଟନ କରାଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଉଚ୍ଚ ଶିକ୍ଷା ଗ୍ରହଣ କରୁଥିବା ୪ ଜଣ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଯଥା: ସିଦ୍ଧାନ୍ତ ଭୂୟାଁ, ଯୋଗେନ୍ଦ୍ର ଦତ୍ତ, ମନୋଜ କୁମାର ସାହୁ ଓ ସାବିତ୍ରୀ ବେହେରା ଙ୍କୁ ଉଚ୍ଚ ଶିକ୍ଷା ନିମନ୍ତେ ମାଗଣା ଲାପଟପ ଜିଲ୍ଲାପାଳଙ୍କ ଦ୍ୱାରା ବଣ୍ଟନ କରାଯାଇଥିଲା । ସମସ୍ତ ଛାତ୍ରଛାତ୍ରୀ ମାନେ ଜିଲ୍ଲା ପ୍ରଶାସନ ଓ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗକୁ କୃତଜ୍ଞତା ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ସନ୍ତୋଷ କୁମାର କୁମାର ନାୟକ ବିଭାଗୀୟ କର୍ମଚାରୀ ଉପସ୍ଥିତ ଥିଲେ।

More Stories