Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନୂଆ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗ ଦେଲେ ଆବୋଲି ସୁନୀଲ ନରଭଣେ; ଝାରସୁଗୁଡା

ଝାରସୁଗୁଡ଼ା: ଝାରସୁଗୁଡା ଉପନିର୍ବାଚନ ପୂର୍ବରୁ ବଦଳିଲେ ଜିଲ୍ଲାପାଳ। ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ସୋନପୁର ଜିଲ୍ଲାପାଳ ଆବୋଲି ସୁନୀଲ ନରଭଣେଙ୍କୁ ଝାରସୁଗୁଡ଼ାରେ ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ବ ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି ହୋଇଛି।

ବଦଳି ପରେ ଗତ କାଲି ରାତିରେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଝାରସୁଗୁଡ଼ାର ନବ ନିଯୁକ୍ତ ଜିଲ୍ଲାପାଳ ଆବୋଲି ସୁନୀଲ ନରବାଣେ। ସୋନପୁର ADMଙ୍କୁ ଜିଲ୍ଲାପାଳ ଦାୟିତ୍ୱ ଦେଇ ତୁରନ୍ତ ତାଙ୍କୁ କାର୍ଯ୍ୟରେ ଝାରସୁଗୁଡ଼ା ଜିଲ୍ଲାପାଳ ଭାବେ ଦାୟିତ୍ୱ ନେବାକୁ ଆବୋଲି ସୁନୀଲ ନରବାଣେଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ