କଳାହାଣ୍ଡି, ୦୯/୦୧ (ଜଗନ୍ନାଥ ନାଏକ) : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୬୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।