Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୁଟୁରାଚୁଆଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଘାଟିତ

ଜମନକିରା : ସମ୍ୱଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଅନର୍ଗତ କୁଟୁରାଚୁଆଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ନିଳାଞ୍ଚଳ ତିୱାରୀଙ୍କ ଅଧ୍ୟକ୍ଷତାରେ ଏକାଦଶ ଶ୍ରେଣୀର ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଘାଟିତ ହୋଇଯାଇଅଛି। ଏହି ଅବସରରେ ଅବସରପ୍ରାପ୍ତ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ନାଏକ ମୁଖ୍ୟଅତିଥୀ ଭାବରେ ଯୋଗ ଦେଇ ଆତ୍ମ ସୁରକ୍ଷା ତାଲିମର ଉପକାରିତା ବିଷୟରେ ମତବ୍ୟକ୍ତ କରିଥିଲେ। ବରିଷ୍ଠ ଅଧ୍ୟାପକ କୃଷ୍ଣଚନ୍ଦ୍ର ପୂଝାରୀ ସଭା ସଂଯୋଜନା କରିଥିବା ବେଲେ ତାଲିମ ଶିବିର ଦାୟିତ୍ବରେ ଥିବା ଅଧ୍ୟାପିକା ଭାବନା ପାଣ୍ଡେ ଅତିଥୀ ପରିଚୟ, ସ୍ବାଗତ ଭାଷଣ ଓ ଉଦ୍ଦେଶ୍ୟ ପ୍ରଦାନ କରି ଏହା ଆଠ ଦିନ ଧରି ଅନୁଷ୍ଠିତ ହେବ ବୋଲି ପ୍ରକାଶ କରିଥିଲେ। ଏହି ଅବସରରେ ଅଧ୍ୟାପକ ସୁଧୀର କୁମାର ନାଏକ, ଶିକ୍ଷା ଡେମୋଷ୍ଟେଟର ପ୍ରତିମା କୁମାରୀ ନାଏକ ମାଷ୍ଟର ଟ୍ରେନର ସୁନିତା ବଗର୍ତୀ ଉପସ୍ଥିତ ଥିଲେ। ଏହି ଶିବିରରେ ଏକାଦଶ ଶ୍ରେଣୀର ୩୦ ଜଣ ଛାତ୍ରୀମାନେ ତାଲିମ ଗ୍ରହଣ କରିବେ ବୋଲି କଲେଜ ତରଫରୁ ଜଣାପଡିଛି। ଶେଷରେ ଅଧ୍ୟାପକ ସତ୍ୟନାରାରଣ ପଟେଳ ଧନ୍ୟବାଦ ଅର୍ପଣ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ