Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମା ସମଲେଇ ମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଗଜପତି ଜିଲ୍ଲାର ବିଭିନ୍ନ ମନ୍ଦିରକୁ ନିମନ୍ତ୍ରଣ ପତ୍ର ପ୍ରଦାନ

ପାରଳାଖେମୁଣ୍ଡି:୧୯/୧(ଗରୁଡ ଧ୍ୱଜ ଚୌଧୁରୀ)ଜାନୁୟାରୀ ୨୭ ତାରିଖରେ ହେବାକୁ ଥିବା ମା ସମଲେଇ ମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ବିଭିନ୍ନ ଜିଲ୍ଳାର ପ୍ରମୁଖ ମନ୍ଦିରମାନଙ୍କୁ ନିମନ୍ତ୍ରଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ସମ୍ବଲପୁର ଜିଲ୍ଲାରୁ ଆସିଥିବା ସେବାୟତ ଓ ଅଧିକାରୀ ଗଜପତି ଜିଲ୍ଲା ରେ ଥିବା ରାମଗିରିର ମା କୁରେଇଶୁଣି ମନ୍ଦିର, ଚଦ୍ରଗିରିର ଜଗନ୍ନାଥ ମନ୍ଦିର ଓ ଆର.ଉଦୟଗିରି ଲୁହାଖମ୍ବ ମନ୍ଦିରକୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ। ଜିଲ୍ଲା ପ୍ରଶାସନ ପକ୍ଷରୁ ସେବାୟତଙ୍କୁ ଭବ୍ୟ ସମ୍ବର୍ଦ୍ଧନାରେ PWD IB ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପାଛୋଟି ନିଆଯାଇଥିଲା । ଶ୍ରୀଯୁକ୍ତ ଦୁଳୟ ଚନ୍ଦ୍ର ରୟ, କ୍ରୀଷ୍ଣା ରୟ ଓ ଶିଶିର ରୟ ତିନି ସେବାୟତଙ୍କ ସମେତ ନୋଡାଲ ଅଫିସର ଶ୍ରୀଯୁକ୍ତ ବିଚିତ୍ରା ନନ୍ଦ ଆଚାର୍ଯ୍ୟ ତିନି ସେବାୟତ ଓ ନୋଡାଲ ଅଫିସରଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ। ପରେ ପରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା ଏହି ସଭାରେ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ, ଅତିରିକ୍ତ ଜିଲ୍ଲାପାଳ ଗଜପତିଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ, ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଉପସ୍ଥିତ ଥିଲେ ।ଏହି କାର୍ଯ୍ୟକ୍ରମରେ ସଂକୀର୍ତ୍ତନ କଳାକାର ସମବେତ ଜନତାଙ୍କ ମାଧ୍ୟମରେ ସମସ୍ତ ସେବାୟତଙ୍କୁ ସ୍ବାଗତ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ ସମସ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ବରିଷ୍ଠ ନାଗରିକ ପ୍ରମୁଖ ଉପସ୍ଥିତ ଥିଲେ।ଉକ୍ତ ସମସ୍ତ କାର୍ଯ୍ୟକ୍ରମ ଜିଲ୍ଲା ସଂସ୍କୃତି ବିଭାଗ ଦ୍ଵାରା ଆୟୋଜିତ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ