Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଗଜପତି ଜିଲ୍ଲାସ୍ତରୀୟ ସ୍ତରୀୟ ନୂଆ-ଓ,ଯୁବ ଓଡ଼ିଶା ନବୀନ ଓଡ଼ିଶା, କ୍ରୀଡ଼ା ଉତ୍ସବ ଉଦଯାପିତ।

ପାରଳାଖେମୁଣ୍ଡି:୨୦/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଜିଲ୍ଲା ସ୍ତରୀୟ କ୍ରୀଡ଼ା ଉତ୍ସବ ପାରଳାଖେମୁଣ୍ଡି ସ୍ଵୟଂ ଶାସିତ ମହାବିଦ୍ୟାଳୟ ପରିସରରେ ନୂଆ ଓ ଯୁବ ଓଡିଶା, ନବୀନ ଓଡିଶା ଅନ୍ତର୍ଗତ କ୍ରୀଡା ଓ ଖେଳ ପ୍ରତିଯୋଗିତାର ଆଜି ଉଦଯାପିତ ହୋଇଯାଇଛି । ଏହି ଉଦଯାପିତ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ)ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି.ତିରୁପତି ରାଓ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ।ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ,ଅତିରିକ୍ତ ଜିଲ୍ଲାପାଳ ଗଜପତି ଓ ଶ୍ରୀମତୀ ନିର୍ମଳା ସେଠୀ, ଅଧ୍ୟକ୍ଷା ପୌରପରିଷଦ,ପାରଳାଖେମୁଣ୍ଡି ଉତ୍ସବରେ ପ୍ରମୁଖ ମଞ୍ଚାସିନ ଥିଲେ ।ଏହି ଜିଲ୍ଲାସ୍ତରୀୟ କ୍ରୀଡ଼ା ଉତ୍ସବରେ ସାତ ଗୋଟି ବ୍ଲକ ସମେତ କାଶୀନଗର ଓ ପାରଳାଖେମୁଣ୍ଡି ପୌରପରିଷଦର ଯୋଗ ଦେଇ ପ୍ରଥମ ସ୍ଥାନ ହାସଲ କରିଥିବା ପ୍ରତିଯୋଗୀଙ୍କୁ ଆସନ୍ତା ୨୩ ତାରିଖ ରେ ଗଜପତି ଷ୍ଟାଡିୟମ୍ ଠାରେ ବିଜେତା ଦୋଳକୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯିବ। ସମସ୍ତ ପ୍ରତିଯୋଗିତାର ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଦୋଳକୁ ଆଜି ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଛି। କାର୍ଯ୍ୟକ୍ରମ ଶେଷରେ ସହକାରୀ ଜିଲ୍ଲାପାଳ ତଥା ଜିଲ୍ଳା କ୍ରୀଡ଼ା ଅଧିକାରୀ ପ୍ରାଣକୃଷ୍ଣ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଡେପୁଟୀ କଲେକ୍ଟର ଶ୍ରୀ ତ୍ରିନାଥ ସାହୁ,ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର,ଅତିରିକ୍ତ ଜିଲ୍ଲା କ୍ରୀଡ଼ା ଅଧିକାରୀ ସମେତ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, କ୍ରୀଡ଼ା ଶିକ୍ଷକ ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।

More Stories