Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସଡକ ଦୁର୍ଘଟଣାରେ ନିର୍ଦ୍ଦେଶକ ସୁଧାର ବସନ୍ତ ଗୁରୁତର, ଏସସିବିରେ ଚାଲିଛି ଚିକିତ୍ସା

କଟକ: ରବିବାର ସକାଳେ ଏକ ସଡ଼କ ଦୁର୍ଘଟଣାରେ ଓଡ଼ିଆ ସିନେଜଗତର ଲୋକପ୍ରିୟ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି। କଟକ ଜିଲ୍ଲା ମଙ୍ଗୁଳି ନିକଟରେ ତାଙ୍କ କାର ଦୁର୍ଘଟଣାଗସ୍ତ ହୋଇଛି। କାରରେ ଥିବା ତାଙ୍କ ଡ୍ରାଇଭର ମଧ୍ୟ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କ ବନ୍ଧୁ ସାମାନ୍ୟ ଆହତ ହୋଇଛନ୍ତି ।

ସୂଚନା ଅନୁଯାୟୀ, ଭୋର ୩ଟାରୁ ୪ଟା ମଧ୍ୟରେ ସୁଧାକର ବସନ୍ତଙ୍କ ଗାଡ଼ି ଦୁର୍ଘଟଣାଗସ୍ତ ହୋଇଥିବା ଜଣାପଡ଼ିଛି। ସକାଳେ ଘନ କୁହୁଡି ଯୋଗୁଁ ଦୃଶ୍ୟମାନ କମ ଥିଲା । ଫଳରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝେଇ କାରକୁ ସୁଧାକର ବସନ୍ତଙ୍କ ଗାଡ଼ି ଧକ୍କା ଦେଇଥିବା କୁହାଯାଉଛି। ଦୁର୍ଘଟଣା ଏତେ ଭୟଙ୍କର ହୋଇଥିଲା ଯେ, ତାଙ୍କ ଗାଡ଼ିଟି ପୂରା ଭାଙ୍ଗି ଯାଇଛି। ନିକଟରେ ଥିବା ଲୋକେ ଓ ପିସିଆର ଭ୍ୟାନ କାରକୁ କାଟି ଭିତରୁ ଦୁଇ ଜଣଙ୍କୁ ବାହାର କରାଯାଇଥିଲା। ତୁରନ୍ତ ଗୁରୁତର ଅବସ୍ଥାରେ ଦୁଇଜଣଙ୍କୁ ଏସସିବିରେ ଭର୍ତ୍ତି କରାଯାଇଛି। ସୁଧାକର ଓ ତାଙ୍କ ଡ୍ରାଇଭରଙ୍କ ଚିକିତ୍ସା ଜାରି ରହିଛି ।

ଏହି ଘଟଣା ଜଣା ପଡିବା ପରେ ଅଲିଉଡର ଅନେକ ଅଭିନେତା ଓ ଅଭିନେତ୍ରୀ କଟକ ଏସସିବି ପହଂଚି ସୁଧାକର ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି । ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇପାରେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ