Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ, ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ୧୭ ଜିଲ୍ଲାପାଳ

ଭୁବନେଶ୍ଵର: ସୋମବାର ଆଇଏଏସ ଓ ସଚିବ ସ୍ତରରେ ବଡ଼ଧରଣର ଅଦଳ ବଦଳ ହୋଇଛି। ରାଜ୍ୟ ସରକାର ୧୭ ଜିଲ୍ଲାପାଳଙ୍କୁ ବଦଳି କରିଛନ୍ତି। ଏହା ସହିତ ପୁରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାଶଙ୍କୁ ବଦଳି କରାଯାଇଛି। ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହେବାର କିଛି ଦିନ ପରେ ରାଜ୍ୟ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଜ୍ଞପ୍ତି ଅନୁଯାୟୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କ ବଦଳି କରାଯାଇ ତାଙ୍କୁ କେନ୍ଦ୍ରାଞ୍ଚଳ ଆର୍‌ଡିସି ଭାବେ ନିଯୁକ୍ତ କରାଯାଇଛି। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ଶ୍ରୀମନ୍ଦିରର ଅତିରିକ୍ତ ମୁଖ୍ୟ ପ୍ରଶାସକ ଦାୟିତ୍ଵ ନ୍ୟସ୍ତ କରାଯାଇଛି। ଶ୍ରୀକାନ୍ତ ପୃଷ୍ଟିଙ୍କୁ ଉତ୍ତରାଞ୍ଚଳ ଆର୍‌ଡିସି ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ସେହିଭଳି କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଲଘୁ ଖଣିଜ ବିଭାଗ ନିର୍ଦ୍ଦେଶକ,  ନିଖିଲ ପବନ କଲ୍ୟାଣଙ୍କୁ ଗ୍ରାମ୍ୟ ଉନ୍ନୟନ ନିର୍ଦ୍ଦେଶକ, ବିମଳେନ୍ଦୁ ରାୟଙ୍କୁ ଇପିଏମ୍‌ ନିର୍ଦ୍ଦେଶକ,  ମନୀଷା ବାନାର୍ଜୀଙ୍କୁ ସାମାଜିକ କଲ୍ୟାଣ ନିର୍ଦ୍ଦେଶକ ଓ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କୁ ପଞ୍ଚାୟତିରାଜ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରାଯାଇଛି।

ଲିଙ୍ଗରାଜ ପଣ୍ଡା ହେଲେ ସମବାୟ ବିଭାଗ ଯୁଗ୍ମ ସଚିବ । ଅନନ୍ୟା ଦାସଙ୍କୁ ବୟନ ଶିଳ୍ପ ଯୁଗ୍ମ ସଚିବ, ଅମ୍ରିତ ଋତୁରାଜଙ୍କୁ ଶ୍ରମ କମିଶନର, ନୃସିଂହ ଚରଣ ସ୍ୱାଇଁଙ୍କୁ ରାଜସ୍ୱ ବିଭାଗ ସ୍ୱତନ୍ତ୍ର ସଚିବ, ନରହରି ସେଠୀଙ୍କୁ ଜଳ ସଂପଦ ବିଭାଗ ଅତିରିକ୍ତ ସଚିବ ଓ  ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କୁ କଟକ ମହାନଗର କମିଶନର ଦାୟିତ୍ଵ ଦିଆଯାଇଛି।

୧୭ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାର  ବଦଳାଇଛନ୍ତି। କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେଙ୍କୁ ମୟୂରଭଞ୍ଜ ଜିଲ୍ଲାପାଳ, ମୟୂରଭଞ୍ଜ ଜିଲ୍ଲାପାଳ ବୀନିତ ଭରଦ୍ୱାଜଙ୍କୁ କଟକ ଜିଲ୍ଲାପାଳ, ବିଜୟ କୁମାର ଦାସଙ୍କୁ ପୁରୀ ଜିଲ୍ଲାପାଳ, ଚଞ୍ଚଳ ରାଣାଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ, ସ୍ୱଧା ଦେବ ସିଂଙ୍କୁ ନୟାଗଡ଼ ଜିଲ୍ଲାପାଳ, ମହମ୍ମଦ ଅବଦଲ ଅଖତରଙ୍କୁ ଅନୁଗୁଳ ଜିଲ୍ଲାପାଳ,  ବିଶାଲ ସିଂହଙ୍କୁ କେନ୍ଦୁଝର ଜିଲ୍ଲାପାଳ, ଶୁଭଙ୍କର ମହାପାତ୍ରଙ୍କୁ ଯାଜପୁର ଜିଲ୍ଲାପାଳ, କୀର୍ତ୍ତି ଭାସନଙ୍କୁ କୋରାପୁଟ ଜିଲ୍ଲାପାଳ କରାଯାଇଛି।

ସେହିପରି ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ, ଜେ. ସୋନାଲଙ୍କୁ ବୌଦ୍ଧ ଜିଲ୍ଲାପାଳ,  ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କୁ ସମ୍ବଲପୁର ଜିଲ୍ଲାପାଳ, ଆଦିତ୍ୟ ଗୋୟଲଙ୍କୁ ବରଗଡ଼ ଜିଲ୍ଲାପାଳ, ଅନନ୍ୟା ଦାସଙ୍କୁ ସୋନପୁର ଜିଲ୍ଲାପାଳ, ମନୋଜ ସତ୍ୟବାନ ମହାଜନଙ୍କୁ ରାୟଗଡ଼ା ଜିଲ୍ଲାପାଳ, ପାୱାର ସଚିନ ପ୍ରକାଶଙ୍କୁ ମାଲକାନଗିରି ଜିଲ୍ଲାପାଳ ଓ ଗୌରବ ଶିବାଜୀ ଈଶ୍ୱରଙ୍କୁ ବଲାଙ୍ଗୀର ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ